Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା:ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

by ସଞ୍ଜୟ ସ୍ୱାଇଁ
May 12, 2026
in Nayagarh
ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା:ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
234
VIEWS
Share on FacebookShare on Twitter

 ନୟାଗଡ଼, (ବାଘୁଆବାର୍ତ୍ତା): ସାରା ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ । ପୁଲିସ ପ୍ରତି ଲୋକଙ୍କ ମନରେ ଭୟ ନାହିଁ । ଥାନାରେ ବିଜେପି କର୍ମୀଙ୍କ ଦବଦବା । ସାଧାରଣ ଲୋକେ ନ୍ୟାୟ ପାଇବାରୁ ବଞ୍ଚିତ । ଏଭଳି ପ୍ରସଙ୍ଗ ନେଇ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ବିଷୋଦଗାର କରିଛନ୍ତି ବିଜେଡି ନେତା । ନୟାଗଡ଼ ବିଜେଡି କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉଠାଇବା ସହ ଦୁର୍ବଳ ସରକାର ପାଇଁ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ସାଧାରଣ ଜନତାକୁ ଭୟଭୀତ କରିଥିବା କହିଛନ୍ତି । ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ ଅରାଜକତା ବଢ଼ିଛି । ଅପରାଧିମାନେ ଆଇନକୁ ଭୃକ୍ଷେପ କରୁ ନାହାନ୍ତି । ବର୍ବରତା ସୀମା ଅତିକ୍ରାନ୍ତ କରିଛି । ଢେଙ୍କାନାଳ ଜିଲ୍ଲା ଭାପୁର ଅଞ୍ଚଳରେ ଦଳୀତ ମହିଳାଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା ଘଟଣାରୁ ଆରମ୍ଭ କରି ପୁରୀ ଜିଲ୍ଲା ବଳଙ୍କା ଯୁବତୀଙ୍କୁ ହତ୍ୟା ଘଟଣା, ଗଞ୍ଜାମରେ ଗର୍ଭବତୀ ମହିଳାଙ୍କୁ ହତ୍ୟା ଘଟଣା, ବ୍ରହ୍ମଗିରିରେ ୬ ବର୍ଷ ଶିଶୁକନ୍ୟାକୁ ଦୁଷ୍କର୍ମ, କଣାସ ଥାନା ଅଞ୍ଚଳରେ ବାଲି ମାଫିଆଙ୍କ ଦୈାରାତ୍ମ ପ୍ରସଙ୍ଗ ଉଠାଇ ସରକାରକୁ ଘେରିଛନ୍ତି । ନୟାଗଡ଼ ଓଡ଼ଗାଁରେ ଖଣି ମାଫିଆଙ୍କ ଦ୍ୱାରା ହତ୍ୟା ଘଟଣା ସବୁ ସୀମା ଟପିଛି ବୋଲି କହିଛନ୍ତି । ୨ ବର୍ଷରେ ବିଜେପି ସରକାର ଓଡ଼ିଶାର ଛବିକୁ ମଳିନ କରିଥିବା କହିଛନ୍ତି । ସେହିଭଳି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଜିଲ୍ଲାର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ସୁଧାରିବା ପାଇଁ ଆସନ୍ତା ୧୪ ତାରିଖ ନୟାଗଡ଼ ଏସ୍‌ପିଙ୍କୁ ଦାବିପତ୍ର ଦିଆଯିବ ବୋଲି ।

ସମୟ ଅବଧି ମଧ୍ୟରେ ପରିସ୍ଥିତିରେ ସୁଧାର ନଆସିଲେ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ଚେତାବନୀ ଦେଇଛନ୍ତି । ନୟାଗଡ଼ ବିଧାୟକ ବିଭିନ୍ନ ଜିଲ୍ଲାରେ ଘଟୁଥିବା ନୃସଂଶ ହତ୍ୟାକାଣ୍ଡକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି । ଓଡ଼ିଶା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି । କଥା କଥାରେ ଗୁଳି, ବୋମା, ଖଣ୍ଡା ଠେଙ୍ଗା ଚାଲୁଛି । ଯେଉଁମାନେ ଆଇନକୁ ହାତକୁ ନେଉଛନ୍ତି, ସେମାନଙ୍କର ପୁଲିସ ପ୍ରତି ତିଳେମାତ୍ର ଭୟ ନାହିଁ ବୋଲି କହିଛନ୍ତି । ନିଜେ ମୁଖ୍ୟମନ୍ତ୍ରୀ ପୁଲିସ ବିଭାଗକୁ ତାଗିଦ୍ କରୁଛନ୍ତି । ଅର୍ଥାତ ନିଜେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ସ୍ୱୀକାର କରୁଛନ୍ତି । ଏଣୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସରକାରଙ୍କ ଚେତାଇବା ପାଇଁ ବିଜୁ ଜନତା ଦଳ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି । ନୟାଗଡ଼ ଜିଲ୍ଲାରେ ଓଡ଼ଗାଁ ଘଟଣା, ଗଣିଆ ଜିଅନ୍ତ ପୋଡ଼ି ଦେବା ଜ୍ୱଳନ୍ତ ଉଦାହରଣ ବୋଲି କହିଛନ୍ତି । ଗାଁ ଗାଁରେ କଙ୍ଗାରୁକୋର୍ଟ । ନୟାଗଡ଼ ଜିଲ୍ଲାର ସ୍ଥିତି ଅସମ୍ଭାଳ ବୋଲି କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ରଣପୁର ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଭାପୁର ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟ ସୁବାଷ ଚନ୍ଦ୍ର କହଁର, ସରୋଜ କୁମାର ରଣସିଂ, କ୍ଷୀରୋଦ କୁମାର ମହାପାତ୍ର, ଆଶିଷ କୁମାର ଅଗ୍ରୱାଲ ପ୍ରମୂଖ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!