Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲାଞ୍ଚ ନେଇ ବିଜେପି ନେତାଙ୍କ ପୁଅ ଗିରଫ

by ସଞ୍ଜୟ ସ୍ୱାଇଁ
March 3, 2023
in Crime, NATIONAL NEWS
ଲାଞ୍ଚ ନେଇ ବିଜେପି ନେତାଙ୍କ ପୁଅ ଗିରଫ
125
VIEWS
Share on FacebookShare on Twitter

ବେଙ୍ଗାଲୁରୁ, (ବାଘୁଆବାର୍ତ୍ତା): ୪୦ ଲକ୍ଷ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ କର୍ଣ୍ଣାଟକ ବିଜେପି ବିଧାୟକଙ୍କ ପୁଅ । ଟଙ୍କା ଗଣି ଗଣି ଥକି ଗଲେ ଲୋକାୟୁକ୍ତ ଅଧିକାରୀ । ଘର ଓ ଅଫିସରୁ ୮ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ବେଳେ ଏବେ ବି ଜାରି ରହିଛି ରେଡ୍ । କର୍ଣ୍ଣାଟକରେ ବିଧାନସଭା ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ବିଜେପି ନେତାଙ୍କ ପୁଅଙ୍କ କାରନାମା ସାମ୍ନାକୁ ଆସିଛି । ଯାହାକୁ ନେଇ ଶାସକ ବିଜେପିକୁ ୪୦ ପ୍ରତିଶତ କମିସନ ସରକାର କହି ଟାର୍ଗେଟ କରିଛି କଂଗ୍ରେସ । ରାଜ୍ୟରେ କମିସନ ସରକାର ଚାଲିଛି ବୋଲି କହିଛନ୍ତି କର୍ଣ୍ଣାଟକ କଂଗ୍ରେସ ମୁଖ୍ୟ ଡି କେ ଶିବକୁମାର । ଲାଞ୍ଚ ନେଇ ଧରାପଡ଼ିବା ପରେ ବିଜେପି ବିଧାୟକ ମଦାଲ ବିରୂପାକ୍ଷପ୍ପାଙ୍କ ପୁଅ ପ୍ରଶାନ୍ତଙ୍କ ଘରୁ ୬ କୋଟି ନଗଦ ଟଙ୍କା ଓ ଅଫିସରୁ କୋଟିଏ ୭୦ ଲକ୍ଷ ଟଙ୍କା ଜବତ ହୋଇଛି । ପ୍ରଶାନ୍ତଙ୍କ ବାପା ମଦାଲ ବିରୂପାକ୍ଷପ୍ପା କର୍ଣ୍ଣାଟକ ସୋପସ୍ ଆଣ୍ଟ ଡିଟରଜେଣ୍ଟସ ଲିମିଟେଡର ଅଧ୍ୟକ୍ଷ ଅଛନ୍ତି । ବାପାଙ୍କ ଲାଗି ପୁଅ ଏହି ଟଙ୍କା ଲାଞ୍ଚ ନେଉଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । ବଡ଼କଥା ହେଉଛି ରାଜ୍ୟରେ ଦୁର୍ନୀତି ନିବାରଣକୁ ଅଧିକ ଶକ୍ତିଶାଳୀ କରିବା ଲାଗି କର୍ଣ୍ଣାଟକ ହାଇକୋର୍ଟ ଆଣ୍ଟି କରପସନ୍ ବ୍ୟୁରୋକୁ ଭାଙ୍ଗି ଶକ୍ତିଶାଳୀ ଲୋକାୟୁକ୍ତ ଗଠନ କରିଥିଲେ । ଏହାସତ୍ତ୍ବେ ରାଜ୍ୟରେ ୪୦ ପ୍ରତିଶତ କମିସନ ନେବା ପ୍ରକ୍ରିୟା ଜାରି ରହିଛି ବୋଲି କଂଗ୍ରେସ କହିଛି । ଚଳିତ ବର୍ଷ କର୍ଣ୍ଣାଟକ ନିର୍ବାଚନ ହେବାକୁ ଥିବା ବେଳେ ବିଜେପି ନେତାଙ୍କ ପୁଅଙ୍କ ଏହି କାରନାମା ଦଳ ପାଇଁ ଅଡୁଆ ସ୍ଥିତି ଉପୁଜାଇଛି । ପୁଅ ଲାଞ୍ଚ ନେଇ ଧରାପଡ଼ିବା ପରେ ଇସ୍ତଫା ଦେଇଛନ୍ତି ବିଜେପି ବିଧାୟକ ବିରୂପାକ୍ଷପ୍ପା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!