Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳା ବାଚସ୍ପତିଙ୍କୁ ଅସମ୍ମାନ, ବିଜେପି ବିଧାୟକଙ୍କୁ ବିରୋଧ

by ସଞ୍ଜୟ ସ୍ୱାଇଁ
October 1, 2023
in Politics, State
ମହିଳା ବାଚସ୍ପତିଙ୍କୁ ଅସମ୍ମାନ, ବିଜେପି ବିଧାୟକଙ୍କୁ ବିରୋଧ
96
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଅସମ୍ମାନ ଘଟଣାରେ ସାରା ରାଜ୍ୟରେ ବିଜେପି ବିଧାୟକଙ୍କ ବିରୋଧରେ ପ୍ରତିବାଦ । କଟକରେ ଅନୁସୂଚିତ ଜାତି ଓ ଜନଜାତି ପକ୍ଷରୁ ବିରୋଧ କରାଯାଇଛି । କଟକ ଗ୍ରାମାଞ୍ଚଳ ଏସପିଙ୍କ କାର୍ଯ୍ୟାଳୟ ନିକଟରୁ ଆରଡିସିଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ କରାଯାଇଛି ପଦଯାତ୍ରା । ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯିବ । ସ୍ବାଧୀନତା ପରେ ଓଡ଼ିଶାର ପ୍ରଥମ ମହିଳା ଭାବେ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ଆସନରେ ବସାଇଛନ୍ତି ମୁଖ୍ୟମନ୍ତ୍ରୀ । ହେଲେ ମହିଳା ସଶକ୍ତିକରଣକୁ ଗ୍ରହଣ କରିପାରୁନାହିଁ ବିଜେପି । ବିଧାନସଭା ଭଳି ପବିତ୍ର ଗୃହରେ ବାଚସ୍ପତିଙ୍କୁ ଅସମ୍ମାନ କରି ବିଜେପି କଳା ଅଧ୍ୟାୟ ସୃଷ୍ଟି କରିଛି । ମହିଳାମାନେ କହିଛନ୍ତି ଗୋଟିଏ ପଟେ କେନ୍ଦ୍ର ସରକାର ସଂସଦରେ ୩୩ ପ୍ରତିଶତ ଆସନ ମହିଳାଙ୍କ ସଂରକ୍ଷଣ ବିଲକୁ ପାସ କରାଇଛନ୍ତି ହେଲେ ରାଜ୍ୟରେ ବିଜେପି ବିଧାୟକ ମହିଳା ବାଚସ୍ପତିଙ୍କୁ ଅସମ୍ମାନ କରୁଛନ୍ତି । ଏଭଳି ଆଚରଣ ପାଇଁ ଦୁଇ ବିଜେପି ବିଧାୟକ ତୁରନ୍ତ କ୍ଷମା ମାଗନ୍ତୁ ବୋଲି ଦାବି କରାଯାଇଛି । ସେହିପରି ଗତକାଲି ଭୁବନେଶ୍ବରରୁ ବ୍ରହ୍ମପୁର, କଟକରୁ ସମ୍ବଲପୁର ପର‌୍ୟ୍ୟନ୍ତ ରାଜ୍ୟବ୍ୟାପୀ କ୍ୟାଣ୍ଡେଲ ଶୋଭାଯାତ୍ରା କରି ପ୍ରତିବାଦ ଜଣାଇଥିଲା ମହିଳା ବିଜୁ ଜନତା ଦଳ । ହଜାର ହଜାର ମହିଳା ମହମବତୀ ଶୋଭାଯାତ୍ରା କରି ବିଜେପି ବିଧାୟକଙ୍କ ଆଚରଣକୁ ନିନ୍ଦା କରିଥିଲେ । ଗୃହର ଗରିମା ଭାଙ୍ଗି ମହିଳା ବାଚସ୍ପତିଙ୍କୁ ଯେଭଳି ଭାବରେ ଦୁଇ ବିଜେପି ବିଧାୟକ ଅସମ୍ମାନ କଲେ ତାହାକୁ ନିନ୍ଦା କରିଛି ବିଜେଡି । ହଜାର ହଜାର ମହିଳା ଏକତ୍ରିତ ହୋଇ ବିଜେପିର ଏଭଳି ଘୃଣ୍ୟ ଆଚରଣକୁ ସମାଲୋଚନା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!