Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେପି-ବିଜେଡି ମେଣ୍ଟକୁ ନେଇ କୌଣସି ଆଲୋଚନା ହୋଇନାହିଁ: ବିଜୟପାଲ ସିଂ ତୋମାର

by ସଞ୍ଜୟ ସ୍ୱାଇଁ
March 9, 2024
in NATIONAL NEWS, Politics
ବିଜେପି-ବିଜେଡି ମେଣ୍ଟକୁ ନେଇ କୌଣସି ଆଲୋଚନା ହୋଇନାହିଁ: ବିଜୟପାଲ ସିଂ ତୋମାର
130
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଗତ ଦୁଇ ଦିନ ତଳେ ବିଜେପି ରାଜ୍ୟ ନେତୃତ୍ୱ ବିଜେଡି ସହ ମେଣ୍ଟ ଆଲୋଚନା ନେଇ ବିଜେପି ଓଡ଼ିଶା ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ଦିଲ୍ଲୀ ବାସଭବନ ଯାଇଥିବା ଚର୍ଚ୍ଚା ହେଉଥିଲା। ଏବଂ ପରେ ପରେ ବିଜେଡି ନେତା ଭିକେ ପାଣ୍ଡିଆନ ଓ ପ୍ରଣବ ପ୍ରକାଶ ଦାସ ମେଣ୍ଟ ପାଇଁ ଦିଲ୍ଲୀ ଯାଇଥିବା କୁହାଯାଉଥିଲା। କିନ୍ତୁ ଦିଲ୍ଲୀରୁ ଫେରିବା ପରେ ପ୍ରଣବ ଓ ପାଣ୍ଡିଆନ ନିରବ ଥିବା ବେଳେ ଦିଲ୍ଲୀରେ ମେଣ୍ଟ ନେଇ ଆଲୋଚନା ହୋଇନାହିଁ ବୋଲି ଗତକାଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଥିଲେ। ଆଉ ଆଜି ମନମୋହନଙ୍କ କଥାକୁ ଦୋହରାଇଛନ୍ତି ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର। ଏନେଇ ତୋମାର କହିଛନ୍ତି, ମେଣ୍ଟ ନେଇ ଦିଲ୍ଲୀରେ କୌଣସି ଆଲୋଚନା ହୋଇନାହିଁ। ସୂଚନା ଥାଉକି, ଓଡ଼ିଶାରେ ବିଜେପି ଏକାକୀ ନିର୍ବାଚନ ଲଢ଼ିବ ବୋଲି ଗତକାଲି ଦିଲ୍ଲୀରୁ ଫେରି ପୁନର୍ବାର ନିଜର ପ୍ରତିକ୍ରିୟା ଦୋହରାଇଥିଲେ ବିଜେପି ରାଜ୍ୟ ସଭାପତି। ସେ କହିଥିଲେ, ଉଭୟ ଲୋକସଭା ଓ ବିଧାନସଭାରେ କିପରି ବିଜେପି ସରକାରକୁ ଆସିବ ସେନେଇ ଦିଲ୍ଲୀରେ ଆଲୋଚନା ହୋଇଛି। ଏଥର ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ଦେବ। ତେବେ ବିଜେଡି ସହ ମେଣ୍ଟ ନେଇ ଦିଲ୍ଲୀରେ କୌଣସି ଆଲୋଚନା ହୋଇନାହିଁ ବୋଲି ସେ ବାରମ୍ବାର କହିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!