Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେପି ସରକାର ବର୍ଷ ପୂର୍ତ୍ତୀ, ସଫଳତା ବଖାଣିଲେ ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
June 12, 2025
in Nayagarh
ବିଜେପି ସରକାର ବର୍ଷ ପୂର୍ତ୍ତୀ, ସଫଳତା ବଖାଣିଲେ ମନ୍ତ୍ରୀ
154
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସର୍କିଟ ହାଉସଠାରେ ଆଜି ବିଜେପି ସରକାରର ବର୍ଷ ପୂର୍ତ୍ତି ଅବସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ବିଜେପି ଜିଲ୍ଲା ସଭାପତି ତାପସ କୁମାର ମାର୍ଥା, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଦଶପଲ୍ଲାର ବିଜେପି ନେତା ରାଘବ ମଲ୍ଲିକ ଉପସ୍ଥିତ ରହିଥିଲେ । ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗ ଦେଇ ରାଜ୍ୟ ସରକାର ବର୍ଷକ ମଧ୍ୟରେ କରିଥିବା ବିଭିନ୍ନ କାର୍ଯ୍ୟ ଓ ବିକାଶ ସମ୍ପର୍କରେ ସୂଚନା ଦେଇଥିଲେ । କେନ୍ଦ୍ର ଓ ରାଜ୍ୟ ସରକାର ଦାରିଦ୍ର‌୍ୟ ହ୍ରାସ ପାଇଁ ଯଥେଷ୍ଟ ପଦକ୍ଷେପ ନେଇଥିବା ସୂଚନା ଦେଇଥିଲେ । ଏହା ସହିତ ମହିଳାଙ୍କୁ ସଶକ୍ତ କରିବା ପାଇଁ ଋଣ ସୁବିଧା ସହ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ଏକ ବଡ଼ ଉପଲବ୍ଧି ବୋଲି କହିଥିଲେ । ଆୟୁଷ୍ମାନ କାର୍ଡ଼ ଦ୍ୱାରା ହିତାଧିକାରୀମାନେ ଦେଶର ୨୯ ହଜାର ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇ ପାରିବେ ବୋଲି କହିଥିଲେ । ଏହା ସହିତ ରାଜ୍ୟ ସରକାର ସାମାଜିକ ସୁରକ୍ଷାକୁ ବିଶେଷ ଗୁରୁତ୍ୱ ଦେଇ ୮୦ ବର୍ଷ ବୃଦ୍ଧବୃଦ୍ଧା ଓ ୮୦ ପ୍ରତିଶତ ଦିବ୍ୟାଙ୍ଗଙ୍କୁ ୩୫ ଶହ ଟଙ୍କା ଭତ୍ତା ପ୍ରଦାନ ପାଇଁ ବ୍ୟବସ୍ଥା କରିଛନ୍ତି । କ୍ରୀଡ଼ା କ୍ଷେତ୍ରରେ ଉନ୍ନତି ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି । ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣିକୁ ତ୍ୱରାନ୍ୱିତ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରାଯାଉଛି । ରାଜ୍ୟରେ ପୁଞ୍ଜିନିବେଶ ବୃଦ୍ଧି ପାଇଛି, ଶିଶୁ ସୁରକ୍ଷା ଓ ଶିଶୁ ବିକାଶକୁ ଗୁରୁତ୍ୱ ଦିଆଯାଇଛି । ଶିକ୍ଷା କ୍ଷେତ୍ରରେ ପଦକ୍ଷେପ ଗ୍ରହଣ କରି ପ୍ରତି ପଞ୍ଚାୟତରେ ଗୋଦାବରିଶ ବିଦ୍ୟାଳୟ ଖୋଲିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି କହିଥିଲେ । ବିଜେପି ସରକାର ପ୍ରତିଶୃତି ମୁତାବକ ବର୍ଷକ ମଧ୍ୟରେ ଅନେକ କାର୍ଯ୍ୟ କରିଛନ୍ତି । ଧାନ ସହାୟକ ମୁଲ୍ୟ ବୃଦ୍ଧି ଦ୍ୱାରା କୃଷକମାନେ ଲାଭବାନ ହୋଇଛନ୍ତି । ପୁରୀ ଶ୍ରୀ ମନ୍ଦିର ଚାରି ଦ୍ୱାର ଖୋଲା ଯାଇଛି । ରାଜ୍ୟରେ ମୋହନ ସରକାର ଲୋକଙ୍କ ସରକାର ବୋଲି ମନ୍ତ୍ରୀ କହିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!