Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ କଳା ସ୍କର୍ପିଓ ଆତଙ୍କ

by ସଞ୍ଜୟ ସ୍ୱାଇଁ
May 20, 2025
in State
ନୟାଗଡ଼ରେ କଳା ସ୍କର୍ପିଓ ଆତଙ୍କ
461
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲା-ଭଞ୍ଜନଗର ରାସ୍ତାରେ ଲୁଟେରାଙ୍କ ଆତଙ୍କ । ପଥଚାରୀଙ୍କୁ ଆକ୍ରମଣ ପରେ ପୋଡ଼ିଦେଲେ ବାଇକ୍ । ବାଇକ୍ ଚାଳକ ଆହତ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ଦଶପଲ୍ଲା-ଭଞ୍ଜନଗର ରାଜ୍ୟ ରାଜପଥର ଦଶପଲ୍ଲା ଥାନା ସାକେଣୀ ଗାଁ ଠାରୁ କିଛି ଦୂରରେ ୮ ଜଣ ଦୁର୍ବୃତ୍ତ ଏକ କଳା ସ୍କର୍ପିଓରେ ଆସି ପଥଚାରୀଙ୍କ ବାଇକ୍ ଅଟକାଇ ମାରଣାସ୍ତ୍ରରେ ଅଚାନକ ଆକ୍ରମଣ କରିଥିଲେ । ଆକ୍ରମଣ ପରେ ପଥଚାରୀଙ୍କ ବାଇକ୍ ମଧ୍ୟ ରାସ୍ତାକଡରେ ପୋଡି ଦେଇଥିଲେ ଦୁର୍ବୃତ୍ତ । ଆହତଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଆହତ ଜଣକ ଦଶପଲ୍ଲା ଥାନା ଖଣ୍ଡପଡ଼ା ଗ୍ରାମର ଜଟିଆ ବେହେରା ବୋଲି ଜଣାପଡିଛି । ଜଟିଆ ଦୁଇ ଜଣ ସାଙ୍ଗଙ୍କ ସହ କୌଣସି ଏକ କାମରେ ଭଞ୍ଜନଗର ଯାଉଥିବା ବେଳେ ଭୋର ପ୍ରାୟ ୪ଟା ସମୟରେ ହଠାତ୍ ୮ ଜଣ ଦୁର୍ବୃତ୍ତ ଏକ ସ୍କର୍ପିଓ ଗାଡିରେ ଆସି ତାଙ୍କୁ ଅଟକାଇ ଯାହା ଟଙ୍କା ଅଛି ଦେବାକୁ କହିଥିଲେ । ପରେ ହଠାତ ସେମାନେ ଆକ୍ରମଣ କରିଥିଲେ । ମାଡ଼ ଭୟରେ ଅନ୍ୟ ଦୁଇ ଜଣ ଘଟଣାସ୍ଥଳରୁ ଦୌଡି ପଳାଇଥିବା ବେଳେ ଦୁର୍ବୃତ୍ତ ମାନେ ଜଟିଆଙ୍କୁ ପ୍ରବଳ ମାଡ ମାରିବା ସହ ବ୍ଲେଡରେ ଆକ୍ରମଣ କରିଥିଲେ । ପରେ ଦୁର୍ବୃତ୍ତମାନେ ବାଇକକୁ ମଧ୍ୟ ପୋଡି ଦେଇଥିଲେ । ଦଶପଲ୍ଲା ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!