Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଳଙ୍ଗା ଥାନାର ମାଲଖାନାରେ ଜବତ ହୋଇଥିବା ବିସ୍ଫୋରକ ଫୁଟି ଥାନାର ଛାତ ଉଡ଼ିଯାଇଛି

by ସଞ୍ଜୟ ସ୍ୱାଇଁ
September 28, 2021
in State
ବଳଙ୍ଗା ଥାନାର ମାଲଖାନାରେ ଜବତ ହୋଇଥିବା ବିସ୍ଫୋରକ ଫୁଟି ଥାନାର ଛାତ ଉଡ଼ିଯାଇଛି
177
VIEWS
Share on FacebookShare on Twitter

କୋଣାର୍କ, (ବାଘୁଆବାର୍ତ୍ତା): ପୁରୀ ଜିଲ୍ଲା ବଳଙ୍ଗା ଥାନାର ମାଲଖାନାରେ ଗତକାଲି ବିଳମ୍ବିତ ରାତିରେ ବିସ୍ଫୋରଣ ହୋଇଛି। ଜବତ ହୋଇଥିବା ବିସ୍ଫୋରକ ଫୁଟି ଥାନାର ଛାତ ଉଡ଼ିଯାଇଛି। ସୌଭାଗ୍ୟ ବଶତଃ ଥାନାର ସେଣ୍ଟ୍ରି ସରୋଜ ବେହେରା ଏହି ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ବିସ୍ଫୋରଣରେ ଥାନାଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା ବେଳେ ଅନେକ କାଗଜପତ୍ର ଓ ଆସବାବପତ୍ର ନଷ୍ଟ ହୋଇଯାଇଛି। ପୁରୀ ଏସ୍‌ପି ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସୂଚନା ଅନୁସାରେ, ବଳଙ୍ଗା ଥାନାର ମାଲଖାନାରେ ଜବତ ବିସ୍ଫୋରକ ସାମଗ୍ରୀ ରଖାଯାଇଥିଲା। କୌଣସି କାରଣରୁ ଗତକାଲି ରାତି ୧୨ଟା ସମୟରେ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଶବ୍ଦ ଶୁଣି ଥାନାର ସେଣ୍ଟ୍ରି ସରୋଜ ବେହେରା ବାହାରକୁ ଦୌଡ଼ିକୁ ପଳାଇ ଯାଇଥିଲେ। ବିସ୍ଫୋରଣ ସମୟରେ ଥାନାରେ ଅନ୍ୟ କୌଣସି କର୍ମଚାରୀ ନଥିଲେ। କେଉଁ କାରଣରୁ ବିସ୍ଫୋରଣ ହେଲା, ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!