ଭୁବନେଶ୍ୱର, (ବାଘୁଆବାର୍ତ୍ତା):ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ କରୋନା ମହାମାରୀ ସମୟରେ ରକ୍ତଭଣ୍ଡାରରେ ରକ୍ତର ଅଭାବକୁ ଦୃଷ୍ଟିରେ ରଖି ବିଜୁ ଯୁବ ଜନତା ଦଳର ରାଜ୍ୟସଭାପତି ଅମରେଶ ପତ୍ରୀଙ୍କ ନେତୃତ୍ୱରେ ଯୁବ ଜନତା ଦଳର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ରଶ୍ମିରଞ୍ଜନ ଦାସଙ୍କ ସଂଯୋଜନାରେ ସରକାରଙ୍କ କୋଭିଡ୍-୧୯ ନିୟମାବଳୀ ଅନୁଯାୟୀ ସାମାଜିକ ଦୁରତ୍ୱ ରକ୍ଷାକରିଏକ ରକ୍ତଦାନ ଶିବିର ବିଜୁ ଯୁବ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତହୋଇ ଯାଇଅଛି । ଏହି ରକ୍ତଦାନ ଶିବିରକୁ ମୁଖ୍ୟ ଅତିଥି ଭାବେ ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ବିଭାଗର ମନ୍ତ୍ରୀ ରଘୁନନ୍ଦନ ଦାସ ଉଦ୍ଘାଟନ କରିଥିଲେ ଏବଂ ଜୀବନ ବିନ୍ଦୁର ରାଜ୍ୟ ମୁଖ୍ୟ ସଂଯୋଜକ ତଥା ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ଦେବାଶିଷ ସାମନ୍ତରାୟ, ଯାଜପୁର ବିଧାୟକ ତଥା ବିଜୁ ଜନତା ଦଳର ରାଜ୍ୟ ସଙ୍ଗଠନ ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସ, ବିଜୁ ଜନତା ଦଳର ରାଜ୍ୟସାଧାରଣ ସମ୍ପାଦକ (ମୁଖ୍ୟାଳୟ) ତଥା ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ରାଜ୍ୟ ସଭା ସାଂସଦ ତଥା ବିଜେଡି ଆଇ.ଟିୱିଙ୍ଗ୍ ଅଧ୍ୟକ୍ଷ ଡଃ. ଅମର ପଟ୍ଟନାୟକ, ଧର୍ମଶାଳା ବିଧାୟକ ପ୍ରଣବ ପ୍ରକାଶ ବଳବନ୍ତରାୟ ଓ ଜୀବନ ବିନ୍ଦୁ ରାଜ୍ୟ ସଂଯୋଜକ ତଥା ଯୁବ କଲ୍ୟାଣ ବୋର୍ଡ କାର୍ଯ୍ୟ ନିର୍ବାହୀ ଉପାଧ୍ୟକ୍ଷ ବିଜୟ ନାୟକ ପ୍ରମୁଖ ଅତିଥି ଭାବେ ଉପସ୍ଥିତ ରହି ରକ୍ତଦାତା ତଥା କର୍ମକର୍ତ୍ତାମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଶିବିରରେ ସ୍ୱେଚ୍ଛାକୃତ ଭାବେ ୩୫ୟୁନିଟ୍ ରକ୍ତ ସଂଗୃହିତ ହୋଇଥିଲା । .






