ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ବାଇକ୍ ଦୁର୍ଘଟଣା ହେବା ପରେ ବିସ୍ଫୋରଣ ହେଲା ବୋମା । ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଖୋର୍ଦ୍ଧା ସଦର ଥାନା ଷଢେଇଗଡରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ରବିବାର ବିଳମ୍ବିତ ରାତିରେ ବାଇକ୍ରେ ବୋମା ନେଇ ଯାଉଥିବା ବେଳେ ଷଢେଇଗଡ ବିଶ୍ବାଳ ସାହି ନିକଟରେ ବାଇକ୍ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଭାରସାମ୍ୟ ହରାଇ ବାଇକ୍ଟି ଓଲଟି ପଡିବାରୁ ବ୍ୟାଗ୍ରେ ଥିବା ବୋମା ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ବିସ୍ଫୋରଣ ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିଲେ । ମୃତକ ହେଲେ ଷଢେଇଗଡ ଗ୍ରାମର ନିରାକାର ସିଂ । ଗୁରୁତର ଜଣଙ୍କ ଏମ୍ସରେ ଚିକିତ୍ସିତ ହେଉଛନ୍ତି । ଏହି ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।





