Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୌଦ୍ଧ ଜିଲ୍ଲା ପ୍ରଶାସନ କାର୍ଯ୍ୟକାରିତାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 18, 2025
in State
ବୌଦ୍ଧ ଜିଲ୍ଲା ପ୍ରଶାସନ କାର୍ଯ୍ୟକାରିତାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
6
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକ ରେ ନିଜର ସନ୍ତୋଷ ପ୍ରକାଶ କରିଛନ୍ତି । ସମୀକ୍ଷାରୁ ଜଣା ଯାଇଛି ଯେ, ବୌଦ୍ଧ ଜିଲ୍ଲାବାସୀଙ୍କୁ ଉନ୍ନତ ଗମନାଗମନ ସୁବିଧା ଉପଲବ୍ଧ କରିବା ପାଇଁ ପ୍ରାୟ ୨୮ କୋଟି ଟଙ୍କା ମୂଲ୍ୟର ସଡ଼କ ପ୍ରକଳ୍ପ ପାଇଁ ନିକଟରେ ଶିଳାନ୍ୟାସ ଦିଆଯାଇଛି । ଖୁବ୍ ଶୀଘ୍ର ବୌଦ୍ଧରେ ଏକ ୩୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା, ବୌଦ୍ଧର ନୂଆ ବସ୍ଷ୍ଟାଣ୍ଡ ଏବଂ ବୌଦ୍ଧ ରେଳଷ୍ଟେସନ କାର୍ଯ୍ୟ ପ୍ରାୟତଃ ସଂପୂର୍ଣ୍ଣ ହୋଇଛି । ଖୁବ୍ ଶୀଘ୍ର ଏହି ସବୁ ପ୍ରକଳ୍ପ ଗୁଡ଼ିକ ଉଦ୍ଘାଟନ ହେବା ପାଇଁ ଯାଉଛି ବୋଲି ବୈଠକର ଆଲୋଚନାରୁ ଜଣାଯାଇଛି । ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ସମସ୍ତ ବିଭାଗୀୟ କାର୍ଯ୍ୟ ଗୁଡିକ ସମ୍ବନ୍ଧରେ ଜିଲ୍ଲାପାଳ ଓ ସମ୍ପୃକ୍ତ ଅଧିକାରୀଙ୍କ ଠାରୁ ତଥ୍ୟ ନେବା ସହିତ କାର୍ଯ୍ୟର ଅଗ୍ରଗତି ସମ୍ବନ୍ଧରେ ପ୍ରଶ୍ନ କରିଥିଲେ ଏବଂ ଯେଉଁ କାର୍ଯ୍ୟ ଗୁଡିକ ମନ୍ଥର ଗତିରେ କାର୍ଯ୍ୟକାରୀ ହେଉଛନ୍ତି ତାହାକୁ ତ୍ୱରାନ୍ୱିତ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ମୁଖ୍ୟମନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ, ସଡ଼କ, ପରିବହନ, ସ୍ୱାସ୍ଥ୍ୟ, ଶିକ୍ଷା, ଜଳସେଚନ, ମହିଳା ସଶକ୍ତିକରଣ, କୃଷି ସମେତ ଶିଳ୍ପ ସମ୍ବନ୍ଧରେ ବିଶଦ ଭାବେ ଜିଲ୍ଲାପାଳ ଓ ଅଧିକାରୀଙ୍କ ସହ କଥା ହୋଇଥିଲେ । ବୌଦ୍ଧ ଜିଲ୍ଲାରେ ଏହିସବୁ କାର୍ଯ୍ୟର ଉପଯୁକ୍ତ କାର୍ଯ୍ୟନ୍ୱୟନ ଏବଂ ଏହାର କାର୍ଯ୍ୟକାରୀ ହାର ଦେଖି ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଏହାର ଆହୁରି ପ୍ରଗତି ପାଇଁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବୌଦ୍ଧ ଜିଲ୍ଲାରେ ଅନେକ ବିକାଶମୂଳକ ପ୍ରକଳ୍ପ ଯଥା ରାସ୍ତା ଓ ପୋଲ ନିର୍ମାଣ, ପାନୀୟ ଜଳ ଯୋଗାଣ, ଶିକ୍ଷା ଓ ସ୍ୱାସ୍ଥ୍ୟ ଭିତ୍ତିଭୂମି ନିର୍ମାଣରେ ଉଲ୍ଲେଖନୀୟ ପ୍ରଗତି ହୋଇଛି । ଏହା ସହିତ ଜନ ଶୁଣାଣି, ଭତ୍ତା ବଣ୍ଟନ, ବରିଷ୍ଠ ଅଧିକାରୀ ଓ ମନ୍ତ୍ରୀଙ୍କ ପରିଦର୍ଶନ, ମଧ୍ୟାହ୍ନ ଭୋଜନ, ମୁଖ୍ୟମନ୍ତ୍ରୀ ଅନ୍ତ୍ୟୋଦୟ ଯୋଜନା, ମିଶନ ଶକ୍ତି ଇତ୍ୟାଦିରେ ଉଲ୍ଲେଖନୀୟ ସଫଳତା ପାଇଁ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଏହି କାର୍ଯ୍ୟଗୁଡ଼ିକ ଜନସାଧାରଣଙ୍କ ଜୀବନଧାରାକୁ ଉନ୍ନତ କରୁଛି । କିଛି ପ୍ରକଳ୍ପରେ ବିଳମ୍ବ ହେଉଥିବା ଜଣାପଡୁଛି । ମୁଁ ନିର୍ଦ୍ଦେଶ ଦେଉଛି ଯେ ସମସ୍ତ ପ୍ରକଳ୍ପ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ ହେବା ଆବଶ୍ୟକ। ସେହିପରି, କାର୍ଯ୍ୟର ଗୁଣବତ୍ତା ସହ କୌଣସି ସାଲିସ କରାଯିବ ନାହିଁ । ଗୁଣବତ୍ତା ଯାଞ୍ଚ ପାଇଁ ନିୟମିତ ନିରୀକ୍ଷଣ ବ୍ୟବସ୍ଥା କଡ଼ାକଡ଼ି କରାଯାଉ । ବିକାଶ କାର୍ଯ୍ୟ ସଫଳ ହେବା ପାଇଁ ସ୍ଥାନୀୟ ଜନସାଧାରଣଙ୍କ ସହଭାଗିତା ଅତ୍ୟନ୍ତ ଜରୁରୀ । ପ୍ରକଳ୍ପ ସମ୍ପର୍କରେ ସ୍ଥାନୀୟ ଲୋକଙ୍କୁ ଅବଗତ କରାଯାଉ ଏବଂ ସେମାନଙ୍କ ମତାମତକୁ ଗ୍ରହଣ କରାଯାଉ । ଏହାଦ୍ୱାରା ପ୍ରକଳ୍ପଗୁଡ଼ିକ ଅଧିକ ସ୍ୱଚ୍ଛ ଓ ଲୋକାଭିମୁଖୀ ହେବ ବୋଲି ସେ କହିଥିଲେ । ସମୀକ୍ଷା ବୈଠକ କାର୍ଯ୍ୟକ୍ରମରେ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ବିଧାୟକ ବୌଦ୍ଧ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବିଧାୟକ କଣ୍ଟାମାଳ କହ୍ନାଇ ଚରଣ ଡାଙ୍ଗ, ଆରକ୍ଷୀ ମହା ନିରୀକ୍ଷକ ନୀତି ଶେଖର, ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଆରକ୍ଷୀ ଅଧିକ୍ଷକ ରାହୁଲ ଗୋଏଲ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ସିଡିଓ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ପ୍ରଶାସନିକ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!