Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜେଇ କାରବାରରେ ଜଣେ ଫାଣ୍ଡି ଅଧିକାରୀ ସମେତ ୨ କନେଷ୍ଟବଳ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
January 20, 2023
in Crime, State
ଗଞ୍ଜେଇ କାରବାରରେ ଜଣେ ଫାଣ୍ଡି ଅଧିକାରୀ ସମେତ ୨ କନେଷ୍ଟବଳ ନିଲମ୍ବିତ
102
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ଗଞ୍ଜେଇ କାରବାରରେ ଜଣେ ଫାଣ୍ଡି ଅଧିକାରୀ ସମେତ ୨ କନେଷ୍ଟବଳ ନିଲମ୍ବିତ। ବୌଦ୍ଧ ଜିଲ୍ଲାରେ ଗଞ୍ଜେଇ ଚାଷ ପଛରେ ପୋଲିସର ସଂପୃକ୍ତିକୁ ନେଇ ସବୁବେଳେ ଅଭିଯୋଗ ହୋଇଆସୁଛି। ଏହାରି ଭିତରେ ତିନିଜଣ ପୋଲିସ କର୍ମଚାରୀଙ୍କ ବିରୋଧରେ ହୋଇଥିବା କାର‌୍ୟ୍ୟାନୁଷ୍ଠାନ ଏହି ଅଭିଯୋଗର ସତ୍ୟତାକୁ ପ୍ରମାଣିତ କରିଛି । ଗତ ୧୬ ତାରିଖ ଦିନ ବଡଗୋଛାପଡା ଗାଁର ଚନ୍ଦନ ପ୍ରଧାନ ଓ ସରଜିତ ମଲ୍ଲିକ ଏକ ବାଇକ ଯୋଗେ ଗଞ୍ଜେଇ ଚାଲାଣ କରୁଥିବାବେଳେ ବେରେଡାବାଡି ଛକ ନିକଟରୁ ବଘିଆପଡା ଫାଣ୍ଡି ଅଧିକାରୀ ସନାତନ ପ୍ରଧାନ ଓ ଦୁଇଜଣ କନଷ୍ଟେବଳ ସଞ୍ଜିବ କୁମାର ପ୍ରଧାନ ଓ କେଶବ ପ୍ରଧାନଙ୍କୁ ଧରିବାପରେ ଛାଡି ଦେଇଥିଲେ । ଅଭିଯୁକ୍ତମାନଙ୍କ ବିରୋଧରେ ପୋଲିସ ପକ୍ଷରୁ କୌଣସି କାର‌୍ୟ୍ୟାନୁଷ୍ଠାନ ହୋଇନଥିବାବେଳେ ଦୁଇଟି ବ୍ୟାଗରେ ଥିବା ଜବତ ଗଞ୍ଜେଇକୁ ପୋଲିସ କର୍ମଚାରୀମାନେ ସାଙ୍ଗରେ ନେଇ ନିଜ ସରକାରୀ କ୍ୱାର୍ଟରରେ ରଖିଥିଲେ । ତେବେ ଘଟଣା ସଂପର୍କରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜାଣିବାପରେ ବୌଦ୍ଧ ଥାନା ଅଧିକାରୀ ମାଧବାନନ୍ଦ ନାଏକଙ୍କୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ପୋଲିସ କର୍ମଚାରୀଙ୍କ ସରକାରୀ କ୍ୱାର୍ଟରରୁ ଦୁଇଟି ବ୍ୟାଗରେ ଥିବା ୧୩ କିଲୋ ଗଞ୍ଜେଇ ସହ ଏକ ମଟରସାଇକେଲ ଉଦ୍ଧାର ହେବାପରେ ଫାଣ୍ଡି ଅଧିକାରୀ ଓ ଦୁଇ କନେଷ୍ଟବଳଙ୍କୁ ଆରକ୍ଷୀ ଅଧିକ୍ଷକ ନିଳମ୍ବିତ କରିବା ସହିତ ମାମଲାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!