Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଏସଏଫର ସୀମା ବୃଦ୍ଧିକୁ ବିରୋଧ କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
October 25, 2021
in Feature News
ବିଏସଏଫର ସୀମା ବୃଦ୍ଧିକୁ ବିରୋଧ କଲେ ମୁଖ୍ୟମନ୍ତ୍ରୀ
66
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ପଞ୍ଜାବରେ ବିଏସଏଫର ପରିସୀମା ବୃଦ୍ଧି କରାଯାଇଥିବାରୁ କେନ୍ଦ୍ରକୁ କଡ଼ା ସମାଲୋଚନା କରିଛନ୍ତି ପଞ୍ଚାବ ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂ ଚନ୍ନି । ସୀମା ବୃଦ୍ଧିକୁ ମଧ୍ୟ ମୁଖ୍ୟମନ୍ତ୍ରୀ ସିଂ ଚନ୍ନିଙ୍କ ସହ ତାଳ ମିଳାଇଛନ୍ତି କଂଗ୍ରେସର ମୁଖ୍ୟ ନନୋଜିତ୍ ସିଂ ସିଦ୍ଧୁ । ପଞ୍ଚାବ ମୁଖ୍ୟମନ୍ତ୍ରୀ ସିଂ ଚନ୍ନି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହା ହେଉଛି ସଂଘୀୟ ବ୍ୟବସ୍ଥା ଉପରେ ଆକ୍ରମଣ। ସେହିପରି ସିଦ୍ଧୁ ମଧ୍ୟ ସମାନ ଅଭିଯୋଗ ଆଣି ଦେଶର ସଂଘୀୟ ବ୍ୟବସ୍ଥାକୁ ଦୁର୍ବଳ କରାଯାଉଛି ବୋଲି ସେ ଅଭିଯୋଗ ଆଣିଛନ୍ତି। ଉଭୟେ ଏକ ସାମ୍ବାଦିକ ସମ୍ମିଳନୀ କରି କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ। ସିଦ୍ଧୁ କହିଥିଲେ ଯେ, ଦେଶ ଭିତରେ ଆଉ ଗୋଟିଏ ଦେଶ ଭଳି ପରିସ୍ଥିତି ସୃଷ୍ଟି କରାଯାଉଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,ଏ ବାବଦରେ ସେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ଆବେଦନ କରିଛନ୍ତି। ହେଲେ ପ୍ରଧାନମନ୍ତ୍ରୀ କୌଣସି ଉତ୍ତର ଦେଉ ନଥିବା ସେ ଅଭିଯୋଗ କରିଛନ୍ତି। ଏହି ଅବସରରେ ଏକ ବିଏସଏଫର ଅଧିକାର ବୃଦ୍ଧିକୁ ନେଇ କେନ୍ଦ୍ରର ନିଷ୍ପତ୍ତିକୁ ପ୍ରତ୍ୟାଖ୍ୟାନ କରାଯାଇଥିବା ସର୍ବଦଳୀୟ ପ୍ରସ୍ତାବ ପାରିତ ହୋଇଥିଲା। ଯଦି କେନ୍ଦ୍ର କୌଣସି ଧ୍ୟାନ ନଦିଏ ତେବେ ୧୦ରୁ ୧୫ ଦିନ ମଧ୍ୟରେ ଏହି ପ୍ରସଙ୍ଗରେ ବିଧାନ ସଭାରେ ଏକ ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ ଡକାଯିବ ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ କହିଛନ୍ତି। ନିକଟରେ କେନ୍ଦ୍ର ପକ୍ଷରୁ ସୀମା ସୁରକ୍ଷା ବଳ ବା ବିଏସ୍ଏଫର କ୍ଷମତା ବୃଦ୍ଧି କରାଯାଇ ଥିଲା । ଅନ୍ତର୍ଜାତୀୟ ସୀମାରେଖାଠାରୁ ୫୦ କିଲୋମିଟର ଆଭ୍ୟନ୍ତରୀଣ ଅଞ୍ଚଳ ଯାଏ ବିଏସ୍ଏଫ୍ କ୍ଷମତା ବୃଦ୍ଧି ହୋଇଛି । ଏହି କ୍ଷମତା ବୃଦ୍ଧି ଯୋଗୁଁ ଏଣିକି ବିଏସ୍ଏଫ୍ ଅନ୍ତର୍ଜାତୀୟ ସୀମାରୁ ୫୦ କିଲୋମିଟର ଆଭ୍ୟନ୍ତରୀଣ ଅଞ୍ଚଳ ମଧ୍ୟରେ ଗିରଫ, ତଲାସୀ ଓ ଜବତ କରିପାରିବ । ଏହା ପାକିସ୍ତାନ ଓ ବାଂଲାଦେଶ ସୀମାକୁ ଲାଗିଥିବା ୩ଟି ରାଜ୍ୟରେ ଲାଗୁ ହେବ। ପାକିସ୍ତାନକୁ ଲାଗିଥିବା ପଞ୍ଜାବ ଓ ବାଂଲାଦେଶକୁ ଲାଗିଥିବା ପଶ୍ଚିମବଙ୍ଗରେ ଏବଂ ଆସାମରେ ବିଏସ୍ଏଫର ଏହି କ୍ଷମତା ପ୍ରଦାନ କରାଯାଇଛି । ସୀମାବର୍ତ୍ତୀ ଅଞ୍ଚଳରେ ଡ୍ରୋନ୍ ଜରିଆରେ ଅସ୍ତ୍ରଶସ୍ତ୍ର ପକାଯିବା ଘଟଣା ବିଏସ୍ଏଫର କ୍ଷମତା ବୃଦ୍ଧି କରିବାକୁ ବାଧ୍ୟ କରିଥିଲା ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ କୁହାଯାଇ ଥିଲା । ୧୦ଟି ରାଜ୍ୟରେ ଜାତୀୟ ସୁରକ୍ଷା ପ୍ରତି ବିପଦକୁ ପ୍ରତିହତ କରିବା ଲାଗି ଏଭଳି ପଦକ୍ଷେପ ନିଆଯାଇଛି। ଯଦି କୌଣସି ଘଟଣାକୁ ନେଇ ଗୁଇନ୍ଦା ସୂଚନା ମିଳେ, ତା ହେଲେ ଆଉ ସ୍ଥାନୀୟ ପୋଲିସକୁ ଅପେକ୍ଷା କରିବ ନାହିଁ ବିଏସ୍ଏଫ୍ । ସୀମା ଭିତରେ ୫୦ କିଲୋମିଟର ଯାଏ ନିଜେ ନିଜେ ତତକ୍ଷଣାତ ପଦକ୍ଷେପ ନେଇପାରିବ । ନୂଆ କ୍ଷମତା ବଳରେ ପଶ୍ଚିମବଙ୍ଗ, ପଞ୍ଜାବ ଓ ଆସାମରେ ବିଏସ୍ଏଫ୍ ସିଆରପିସି, ପାସପୋର୍ଟ ଆଇନ ଓ ଭାରତକୁ ପ୍ରବେଶ ନେଇ ପାସପୋର୍ଟ ଆଇନ ଅନୁସାରେ କାର୍ୟ୍ୟାନୁଷ୍ଠାନ ନେବ । ପୋଲିସ ଭଳି ତଲାସୀ ଓ ଗିରଫ ମଧ୍ୟ କରିପାରିବ ବିଏସ୍ଏଫ୍ । ପୂର୍ବରୁ ଭାରତ-ପାକିସ୍ତାନ ଓ ଭାରତ-ବାଂଲାଦେଶ ସୀମାର ଭାରତ ପଟେ ୧୫ କିଲୋମିଟର ଯାଏ ବିଏସ୍ଏଫକୁ କ୍ଷମତା ଦିଆଯାଇଥିଲା । ଏବେ ଏହାକୁ ବୃଦ୍ଧି କରି ୫୦ କିଲୋମିଟର କରାଯାଇଛି । ତେବେ ମେଘାଳୟ, ନାଗାଲାଣ୍ଡ, ମିଜୋରାମ, ତ୍ରିପୁରା, ମଣିପୁର, ଜାମ୍ମୁ ଓ କାଶ୍ମୀର ଏବଂ ଲଦାଖରେ ବିଏସ୍ଏଫ୍ ପାଇଁ କୌଣସି ସୀମା ରଖାଯାଇନାହିଁ । ସାରା ରାଜ୍ୟରେ ବିଏସ୍ଏଫ୍ ନିଜର କ୍ଷମତା ପ୍ରୟୋଗ କରିପାରିବ । ମାଜିଷ୍ଟ୍ରେଟଙ୍କ ଅନୁମତି ବିନା ବିଏସ୍ଏଫ ଯେ କୌଣସି ଅଫିସର କ୍ଷମତା ପ୍ରୟୋଗ କରି ଗିରଫ, ତଲାସୀ ଓ ଜବତ କରିପାରିବ ବୋଲି ନୂଆ ବିଜ୍ଞପ୍ତିରେ କୁହାଯାଇଛି। ବିଏସଏଫର ଏହି ସୀମା ବୃଦ୍ଧିକୁ ନେଇ ପଞ୍ଜାବ ସରକାର ଆପତ୍ତି ଉଠାଇଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!