Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୮, ୨୦୦ କୋଟିର ଅତିରିକ୍ତ ବଜେଟ୍ କୁ ଗୃହରେ ଆଗତ କଲେ ଅର୍ଥମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
September 22, 2023
in Politics, State
ସେପ୍ଟେମ୍ବର ୧ରୁ ଆରମ୍ଭ ହେବ ମୌସୁମି ଅଧିବେଶନ
116
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟ ବିଧାନସଭାରେ ଅତିରିକ୍ତ ବଜେଟ୍ ଆଗତ । ୨୮ ହଜାର ୨୦୦ କୋଟିର ଅତିରିକ୍ତ ବଜେଟ୍ ଉପସ୍ଥାପନ ହୋଇଛି । ୨୦୨୩-୨୪ ଅତିରିକ୍ତ ବଜେଟକୁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଗତ କରିଛନ୍ତି । ଏହି ଅତିରିକ୍ତ ବଜେଟରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପାଇଁ ୪୦୮୩ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ବିପର୍ଯ୍ୟୟ ପ୍ରଶମନ ପାଇଁ ୪,୬୯୮ କୋଟି ଟଙ୍କା । ବିଦ୍ୟାଳୟ ଓ ଗଣଶିକ୍ଷା ପାଇଁ ୨, ୮୮୨କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ପାଇଁ ୪,୦୬୭କୋଟି । ସ୍ବାସ୍ଥ୍ୟ ଓ ଭିତ୍ତିଭୂମି ବିକାଶ ପାଇଁ ୧,୩୨୭ କୋଟି ଟଙ୍କା ଅତିରିକ୍ତ ବଜେଟରେ ବ୍ୟୟ ବରାଦ ହୋଇଛି । ଅନୁସୂଚିତ ଜାତି ଓ ଜନଜାତି ବିକାଶ ପାଇଁ ୧,୩୫୫ କୋଟି । ମିଶନ ଶକ୍ତି ବାବଦକୁ ୭୮୩ କୋଟି ଟଙ୍କା ଖର୍ଚ୍ଚ ହେବ । ସେହିପରି ଗ୍ରାମ୍ୟ ଉନ୍ନୟନ ପାଇଁ ୮୯୭ କୋଟି ଟଙ୍କା ଅତିରିକ୍ତ ବଜେଟରୁ ଖର୍ଚ୍ଚ ହେବା ନେଇ ସ୍ଥିର ହୋଇଛି । ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ପାଇଁ ୨୧୦ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ସେହିପରି ମଧୁବାବୁ ପେନସନ ଯୋଜନା ପାଇଁ ୫ଶହ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ପ୍ରଧାନମନ୍ତ୍ରୀ ଗ୍ରାମସଡ଼କ ଯୋଜନା ପାଇଁ ୫ଶହ ୫୦ କୋଟି, ଓଡିଶା ଆଦର୍ଶ ବିଦ୍ୟାଳୟ ପାଇଁ ୧୦୬ କୋଟି, ସ୍ମାର୍ଟସିଟି ଯୋଜନାକୁ ୧୦୦ କୋଟି, ଆମ ଓଡ଼ିଶା ନବୀନ ଓଡ଼ିଶା ପାଇଁ ୧ ହଜାର ୩ଶହ ୨ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଏହା ସହିତ ଆସନ୍ତା ସୋମବାର ଯାଏଁ ଗୃହକାର୍ଯ୍ୟ ମୁଲତବୀ ରଖିଛନ୍ତି ବାଚସ୍ପତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!