Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଆର୍‌ଏସ୍‌ଙ୍କୁ ଛୁରାମାଡ଼

by ସଞ୍ଜୟ ସ୍ୱାଇଁ
December 22, 2023
in Crime, State
ଜିଆର୍‌ଏସ୍‌ଙ୍କୁ ଛୁରାମାଡ଼
100
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ବିଚ୍ ରାସ୍ତାରେ ଜିଆର୍‌ଏସ୍‌ଙ୍କୁ ଛୁରାମାଡ଼। ଗ୍ରାମ ରୋଜଗାର ସେବଙ୍କୁ ଗାଁ ମଝିରେ ଛୁରାମାଡ଼ କଲେ ଦୁର୍ବୃତ୍ତ। ଫଳରେ ସେ ଗୁରୁତର ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗଞ୍ଜାମ ଜିଲ୍ଲା ବୁଗୁଡା ଥାନା କଳମ୍ବ ଆନ୍ତରପଡାରେ ଘଟିଛି ଏଭଳି କିଛି ଘଟଣା। ସୂଚନା ମୁତାବକ, କରଡାବାଡି ଓ ଶଙ୍କୁରୁ ପଞ୍ଚାୟତରେ କାର୍ଯ୍ୟରତ ଜିଆର୍‌ଏସ୍‌ ସୁକାନ୍ତ ପାଣିଗ୍ରାହୀ ଆଜି ବାଇକ୍‌ ଯୋଗେ ନିଜ ଗାଁ କଳମ୍ବରୁ ବୁଗୁଡା ବ୍ଲକ କାର୍ଯ୍ୟାଳୟକୁ ଯାଉଥିଲେ। ଏହି ସମୟରେ ତାଙ୍କ ଉପରେ ଛୁରୀରେ ଆକ୍ରମଣ ହୋଇଛି। ତାଙ୍କ ଡାହାଣ ଗୋଡରେ ଗଭୀର ଆଘାତ ଲାଗିଛି। କେବଳ ସେତିକି ନୁହେଁ ଛୁରାମାଡ଼ ଯୋଗୁ ତାଙ୍କ ହାତରେ ମଧ୍ୟ ଆଘାତ ଲାଗିଛି। ଘଟଣା ପରେ ତାଙ୍କୁ ଗାଁ ଲୋକେ ଉଦ୍ଧାର କରି ବୁଗୁଡା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ମେଡିକାଲକୁ ତାଙ୍କୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି। ତେବେ କିଏ ଓ କାହିଁକି ଜିଆର୍‌ଏସ୍‌ଙ୍କୁ ଏଭଳି ମରଣାନ୍ତକ ଆକ୍ରମଣ କଲା ତାହାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି। ମନରେଗା କାର୍ଯ୍ୟର ବିଲକୁ ନେଇ ଏହି ଆକ୍ରମଣ ହୋଇଥିବା ଅନୁମାନ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!