Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଳଙ୍କାର ଦୋକାନୀଙ୍କୁ ଲୁଟ୍‌ ପାଇଁ ପିଛା କରୁଥିଲେ, ବିଦ୍ୟୁତ୍‌ କର୍ମଚାରୀଙ୍କୁ ଗୁଳି କଲେ

by ସଞ୍ଜୟ ସ୍ୱାଇଁ
January 4, 2025
in Crime, State
ଅଳଙ୍କାର ଦୋକାନୀଙ୍କୁ ଲୁଟ୍‌ ପାଇଁ ପିଛା କରୁଥିଲେ, ବିଦ୍ୟୁତ୍‌ କର୍ମଚାରୀଙ୍କୁ ଗୁଳି କଲେ
133
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଅଳଙ୍କାର ଦୋକାନୀ କର୍ମଚାରୀଙ୍କୁ ଲୁଟ୍‌ ପାଇଁ ପିଛା କରୁଥିଲେ। ତେବେ ରାସ୍ତାରେ ଲୁଟେରାଙ୍କ ବାଇକ୍‌କୁ ଧକ୍କା ଦେଲା ଅନ୍ୟ ଏକ କାର୍‌। ଏଥିରେ ଉତ୍‌କ୍ଷିତ ହୋଇ ଅଫିସ୍‌ ଆଗରେ ଛିଡ଼ା ହୋଇଥିବା ବିଦ୍ୟୁତ କର୍ମଚାରୀଙ୍କୁ ଗୁଳି କଲେ ଲୁଟେରା। ପରେ ସୁନା ଦୋକାନୀଙ୍କୁ ଫାୟାରିଂ କରିଥିଲେ। ଆଜି ଅପରାହ୍ନରେ ଏପରି ଘଟଣା ଯାଜପୁର ଜିଲ୍ଲା ପାଣିକୋଇଲି ଛକ୍‌ରେ ଘଟିଛି। ଏହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ପାଣିକୋଇଲି ଛକରେ ଥିବା ଏକ ଅଳଙ୍କାର ଦୋକାନର ଦୁଇ କର୍ମଚାରୀ ସୁନୀଲ୍‌ ରାୟ ତାଙ୍କ ସାଥୀ ବ୍ୟାଙ୍କରେ ଟଙ୍କା ଜମା କରିବା ପାଇଁ କାର୍‌ରେ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ୩ ଜିଣ ଦୁର୍ବୃତ୍ତ ସେମାନଙ୍କ କାର୍‌କୁ ପିଛା କରୁଥିଲେ। ତେବେ ପାଣିକୋଇଲି ଛକଠାରୁ ଅଳ୍ପ ଦୂରରେ ବିଦ୍ୟୁତ ଅଫିସ୍‌ ପାଖରେ ଦୁର୍ବୃତ୍ତଙ୍କ ବାଇକ୍‌କୁ ଅନ୍ୟ ଏକ କାର୍‌ ଧକ୍କା ଦେଇଥିଲା। ଅଫିସ୍‌ ଆଗରେ ଦୁର୍ଘଟଣା ଘଟିଥିବା ଦେଖି ବିଦ୍ୟୁତ୍‌ କର୍ମଚାରୀ ନୀଳମାଧବ ପଣ୍ଡା ଚିତ୍କାର କରିଥିଲେ। ଚୋରମାନେ ଉତ୍‌କ୍ଷିପ୍ତ ହୋଇ ବାଇକ୍‌ ଉଠାଇ ପ୍ରଥମେ ନୀଳମାଧବଙ୍କୁ ଗୁଳି କରିଥିଲେ। ଗୁଳି ତାଙ୍କ ପେଟ ଓ ଅଣ୍ଟାରେ ବାଜିଥିଲେ। ପରେ ଅଳଙ୍କାର ଦୋକାନୀ ସୁନୀଲ୍‌ ଓ ତାଙ୍କ ସାଥୀଙ୍କ ଉପରକୁ ଗୁଳି ଚଳାଇଥିଲେ। ସେମାନଙ୍କ ଦେହରେ ମଧ୍ୟ ଗୁଳି ବାଜିଥିଲା। ଯାହା ଫଳରେ ସେମାନେ ମଧ୍ୟ ଗୁରୁତର ଆହତ ହୋଇଥିଲେ। ଫାୟାରିଂ ଶବ୍ଦ ଶୁଣି ସ୍ଥାନୀୟ ଲୋକେ ସେଠାକୁ ଚାଲି ଆସିଥିଲେ। ଲୋକଙ୍କୁ ଦେଖି ଚମ୍ପଟ ମରିବା ବେଳେ ୩ ଦୁର୍ବୃତ୍ତଙ୍କ ଭିତରୁ ୨ ଜଣଙ୍କୁ କାବୁ କରିନେଇଥିଲେ ସ୍ଥାନୀୟ ଲୋକେ। ବହେ ଛେଚି ଥିଲେ। ଗୁଳି ମାଡ଼ରେ ଆହତ ହୋଇଥିବା ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାଣିକୋଇଲି ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ନୀଳମାଧବଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର। ଅନ୍ୟ ୨ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟ ପକ୍ଷରେ ଉତ୍ତ୍ୟକ୍ତ ଲୋକଙ୍କ ମାଡ଼ରେ ଦୁଇ ଦୁର୍ବୃତ୍ତ ଗୁରୁତର ଆହତ ହୋଇଛନ୍ତି। ଉତ୍ତ୍ୟକ୍ତ ଲୋକଙ୍କ କବଳରୁ ପୁଲିସ ସେମାନଙ୍କୁ ଉଦ୍ଧାର କରି ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ଏବେ ମଧ୍ୟ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ରକ୍ଷା ଦୃଷ୍ଟିର ବ୍ୟାପକ ପୁଲିସ୍‌ ଫୋର୍ସ ମୁତୟନ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!