Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାତି ଅଧରେ ଘରେ ନିଆଁ ଲାଗି ମା’ ସହ ଜୀବନ୍ତ ଦଗ୍ଧ ହୋଇଗଲେ ୨ ଶିଶୁ

by ସଞ୍ଜୟ ସ୍ୱାଇଁ
May 13, 2022
in State
ରାତି ଅଧରେ ଘରେ ନିଆଁ ଲାଗି ମା’ ସହ ଜୀବନ୍ତ ଦଗ୍ଧ ହୋଇଗଲେ ୨ ଶିଶୁ
40
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ରାତିରେ ମା’ କୋଳରେ ଗଭୀର ନିଦରେ ଶୋଇଥିଲେ ୨ ନିରୀହ ଶିଶୁ। ହେଲେ ସେହି ରାତି ହିଁ କାଳ ରାତି ସାଜିବ ଓ ମା’ ସମେତ ସେମାନଙ୍କ ଜୀବନ ଦୀପ ଲିଭିଯିବ ବୋଲି କେହି କଳ୍ପନା କରି ନ ଥିଲେ। ହଠାତ୍‌ ରାତିରେ ଘରେ ନିଆଁ ଲାଗିଥିବା ବେଳେ ମା’ ସହ ଜୀବନ୍ତ ଦଗ୍ଧ ଶୋଇଥିଲେ ୨ କଅଁଳା ଶିଶୁ। ଏପରି ହୃଦୟ ବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଉଞ୍ଚଗାଁ ଗ୍ରାମର ଢ଼ିପାସାହିଠାରେ ଗତରାତିରେ ଘଟିଛି। ମୃତକ ୩ ଜଣ ହେଲେ ସୁରୁକୁନି ମାର୍ଣ୍ଡି (୨୪) , ୬ବର୍ଷର ଝିଅ ସରିତା ମାର୍ଣ୍ଡି ଓ ୩ମାସର ପୁଅ ଜଗଦୀଶ ମାର୍ଣ୍ଡି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ପୁଲିସ୍‌ ସୁରୁକୁନିଙ୍କ ସ୍ୱାମୀ ମଙ୍ଗଲ ମାର୍ଣ୍ଡିଙ୍କୁ ଅଟକ ରଖିଛି। ଗତ ରାତିରେ ପରିବାରର ସମସ୍ତେ ଶୋଇଥିବା ବେଳେ ହଠାତ୍‌ ଅଗ୍ନିକାଣ୍ଡ ଲାଗିଥିବା ମଙ୍ଗଲ ପୁଲିସ୍‌ ସମ୍ମୁଖରେ ପ୍ରକାଶ କରିଛନ୍ତି। ଖବର ପାଇବା ମାତ୍ରେ ସାରସକଣା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି ଅଗ୍ନିକାଣ୍ଡରେ ସୁରୁକୁନିଙ୍କ ସମେତ ତାଙ୍କ ପୁଅଝିଅ ଜୀବନ୍ତ ଦଗ୍ଧ ହୋଇ ଯାଇଥିଲେ। ତେବେ ରାତି ଅଧରେ ସମସ୍ତେ ଶୋଇଥିବା ବେଳେ ନିଆଁ କିପରି ଲାଗିଲା, ଏଥିରେ ପରିବାରର ଅନ୍ୟ ସଦସ୍ୟଙ୍କର କିପରି କିଛି କ୍ଷତି ହେଲାନି ତାହା ରହସ୍ୟ ଘେରରେ ରହିଛି। ପ୍ରକାଶ ଥାଉକି ମଙ୍ଗଲ ପୂର୍ବରୁ ଜଣକୁ ବିବାହ କରିଥିବା ବେଳେ ଘରୋଇ କୋଳି ଯୋଗୁ ସେ ତାକୁ ଛାଡ଼ି ଦେଇ ଦ୍ଵିତୀୟ ବିବାହ କରିଥିଲେ। ଅଗ୍ନିକାଣ୍ଡରେ ମୃତ୍ୟୁର କାରଣ ସ୍ପଷ୍ଟ ନ ଥିବା ବେଳେ ପୁଲିସ୍‌ ସନ୍ଦେହରେ ମଙ୍ଗଲଙ୍କୁ ଝାରପୋଖରିଆ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି । ଏହା ଏକ ଦୁର୍ଘଟଣା ନା ଏହା ପଛରେ କାହାର ହାତ ଅଛି ତାହାର ତଦନ୍ତ ଚଳାଇଛି ପୁଲିସ୍‌ । ବାରିପଦାରୁ ସାଇଣ୍ଟିଫିକ ଟିମ୍‌ ଆସିବା ପରେ ଶବ ବ୍ୟବଚ୍ଛେଦ ପାଇଁ ପିଆରଏମ ମେଡିକାଲ କଲେଜକୁ ପଠାଯିବ ବୋଲି ଡିଏସପି ମୁକ୍ତି କୁମାର କୁଲୁ ପ୍ରକାଶ କଟିଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!