Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ ରାଜପଥରେ ବସ୍-ଟ୍ରକ ଧକ୍କା

by ସଞ୍ଜୟ ସ୍ୱାଇଁ
January 15, 2025
in Accident, State
ଜାତୀୟ ରାଜପଥରେ ବସ୍-ଟ୍ରକ ଧକ୍କା
50
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣି ୨୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ୍ ଏବଂ ପାଇପ ବୋଝେଇ ଟ୍ରକ ମଧ୍ୟରେ ଧକ୍କା ହୋଇଛି । ଯେଉଁଥିରେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଡେଜି ନାମକ ଏକ ଘରୋଇ ବସ୍ ସମ୍ବଲପୁରରୁ ଦାମନଯୋଡି ଅଭିମୁଖେ ଯାଉଥିଲା । ଏହି ସମୟରେ ବିପରୀତ ଦିଗରୁ ମାନେ କର୍ଣ୍ଣାଟକରୁ ରାୟଗଡ଼ ଯାଉଥିବା ଏକ ପାଇପ ବୋଝେଇ ଟ୍ରକ ସହିତ ଧକ୍କା ହୋଇଥିଲା । ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ବସ୍‌ଟି ଧକ୍କା ପରେ ରାସ୍ତା କଡ଼କୁ ଓଲଟି ପଡିଥିଲା । ଯେଉଁଥିରେ ବସ୍‌ରେ ଥିବା ଏକାଧିକ ଯାତ୍ରା ଆହତ ହୋଇଛନ୍ତି । ଆହତ ବ୍ୟକ୍ତିମାନେ ହେଲେ ଗୀତ ଭତରା, ବାସନ୍ତି ସେନାପତି, ଅନନ୍ତ ସେନାପତି, ଦିପେନ୍ଦ୍ର ବେହେରା ରହିଛନ୍ତି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ପାପଡ଼ାହାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ପାପଡ଼ାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ତେବେ ଦୁର୍ଘଟଣା ପରେ ଜାତୀୟ ରାଜପଥ ଉପରେ ପାଇପ ଗୁଡି ପଡିରହିଛି । ଯାହାଫଳରେ ରାସ୍ତାରେ ଯିବାଆସିବାରେ ଅସୁବିଧା ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!