Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର୍‌କୁ ପଛରୁ ପିଟିଲା ଟ୍ରକ, ଦୁଇ ମୃତ

by ସଞ୍ଜୟ ସ୍ୱାଇଁ
February 22, 2025
in Accident, State
କାର୍‌କୁ ପଛରୁ ପିଟିଲା ଟ୍ରକ, ଦୁଇ ମୃତ
145
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର୍‌କୁ ଧକ୍କା ଦେଲା ଟ୍ରକ । ଯେଉଁଥିରେ ଦୁଇ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି । ଭୁବନେଶ୍ୱର ଉପକଣ୍ଠ ଗଙ୍ଗପଡ଼ା ରାସ୍ତାରେ ଘଟିଛି ଏହି ଭୟଙ୍କର ଦୁର୍ଘଟଣା । ଖବର ଅନୁଯାୟୀ, ବ୍ରହ୍ମପୁରରୁ ଏକ କାର୍‌ ଯୋଗେ କିଛି ଲୋକ ଭୁବନେଶ୍ୱର ଫେରୁଥିଲେ । ହେଲେ ଗଙ୍ଗପଡ଼ା ଜାତୀୟ ରାଜପଥ ନିକଟରେ କାର୍‌କୁ ଏକ ଟ୍ରକ ଜୋରଦାର ଧକ୍କା ଦେଇଥିଲା । ଯାହାଫଳରେ କାର୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ଦୀର୍ଘ ସମୟର ଅକ୍ଲାନ୍ତ ପରିଶ୍ରମ ପରେ କାର୍‌ର ଡୋର କାଟି ସମସ୍ତଙ୍କୁ ଉଦ୍ଧାର କରିଥିଲେ । ହେଲେ ସେତେବେଳକୁ ଏହି ଭୟଙ୍କର ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ମିଳିଥିବା ତଥ୍ୟ ଅନୁସାରେ କାର୍‌ରେ ଥିବା ଯୁବକମାନେ ପୁରୀ ଜିଲ୍ଲା ଚନ୍ଦନପୁର ଅଞ୍ଚଳର ବୋଲି ଜଣାପଡିଛି। ପୋଲିସ ଘଟଣାରେ ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!