ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ଘଟୁଛି । ଆଜି ସଂକ୍ରମଣ ସଂଖ୍ୟା ଶହେ ତଳକୁ ଆସିଥିବା ଜଣାଯାଇଛି । ଜିଲ୍ଲାରେ ଆଜି ନୂଆ ୯୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରେ ସକ୍ରିୟ ମାମଲା ୧୫୧୮ ବୋଲି ଜଣାଯାଇଛି । ଜିଲ୍ଲାରେ କରୋନା ମହାମାରୀରେ ୬୧ ଜଣଙ୍କ କରୋନା ମୃତ୍ୟୁ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।





