ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ମେଲାଇ ଚାଲିଥିବା ବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୬୨ ହୋଇଥିବା ଜଣାଯାଇଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଆଜି ପୁଣି ୨୨ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଜିଲ୍ଲାରେ ୪ ଶହରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ସୁସ୍ଥ ହୋଇ ସାରିଥିବା ଜଣାଯାଇଛି ।





