ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ଏବେ ଭୟାନକ ସ୍ଥିତିରେ ପହଂଚି ସାରିଛି । ଆଜି ନୟାଗଡ଼ ଜିଲ୍ଲାରୁ ଆଜି ୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଫଳରେ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୫୨୩୩ ବୋଲି ଜଣାଯାଇଛି । ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୮ ତାରିଖ ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୬୭୦ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ଜିଲ୍ଲାରେ ଆଜି ପୁଣି ଦୁଇ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ବରଣ କରିଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ୭୦ ବର୍ଷିୟ ପୁରୁଷ ବ୍ୟକ୍ତି ମୃତ୍ୟୁ ବରଣ କରିଥିବା ବେଳେ ସେ କରୋନା ଆକ୍ରାନ୍ତ ଥିବା ସୂଚନା ମିଳିଛି । ସେହିଭଳି ଭାବେ ଅନ୍ୟ ଜଣେ ୫୫ ବର୍ଷିୟ ମହିଳା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି । ଫଳରେ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୩୪ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ୨ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।






