ନୟାଗଡ଼,(ବାଘୁଆବାର୍ତ୍ତା); ନୟାଗଡ଼ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିଥିବା ସୂଚନାନୁସାରେ, ଆଜି ଜିଲ୍ଲାରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୬ରେ ପହଞ୍ଚିଥିବା ଜଣାଯାଇଛି । ରାଜ୍ୟରୁ ଆଜି ୧୭୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୫୦୩ରେ ପହଞ୍ଚିଥିବା ଜଣାଯାଇଛି ।





