ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାକୁ ବସିଥିବା ବେଳେ ଶନିବାର ୩୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ନୟାଗଡ଼ ଜିଲ୍ଲାରୁ ୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୁତ୍ରରୁ ଜଣାଯାଇଛି । ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ସକ୍ରିୟ ମାମଲା ୧୩୨ରେ ପହଞ୍ଚିଥିବା ଜଣାଯାଇଛି । ଗତକାଲି ଜିଲ୍ଲାରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି ।





