ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ଆଜି ସକାଳୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୩, ବୈାଦ୍ଧ ଜିଲ୍ଲାର ଜଣେ ଏବଂ ଯାଜପୁର ଜିଲ୍ଲାର ୩ ଜଣ, ପୁରୀରୁ ଜଣେ ଏବଂ ବାଲେଶ୍ୱର ଜିଲ୍ଲାର ସର୍ବାଧିକ ୧୫ ଜଣ ଆକ୍ରାନ୍ତ ରହିଥିବା ସୂଚନା ରହିଛି । ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ ରେ ପଂହଚିଛି । ଆଜି ଗୋଟିଏ ଦିନରେ ରାଜ୍ୟରେ ୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି ।






