ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ମହାମାରୀ ଦ୍ୱାରା ଆଜି ରାଜ୍ୟରେ ୨୨୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ନୟାଗଡ଼ ଜିଲ୍ଲାରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଜିଲ୍ଲାରେ ପୂର୍ବରୁ ୧୪୮୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜିର ୧୩ ଆକ୍ରାନ୍ତକୁ ମିଶାଇ ମୋଟ ସଂଖ୍ୟା ୧୪୯୫ ବୋଲି ଜଣାଯାଇଛି । ଫଳରେ ଅଗଷ୍ଟ ୧୭ ଦିନରେ ଜିଲ୍ଲାରେ ୮୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି । ଜିଲ୍ଲାରେ ଜୁଲାଇ ୩୧ ତାରିଖ ସୁଦ୍ଧା ଆକ୍ରାନ୍ତ ସଂଖ୍ୟା ୬୨୮ ରହିଥିଲା । ଫଳରେ ଏହି ୧୭ ଦିନରେ କରୋନା ଆକ୍ରାନ୍ତ ସଂଖ୍ୟା ଦ୍ୱିଗୁଣିତ ହୋଇଥିବା ସ୍ପଷ୍ଟ ହୋଇଛି ।






