ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୧୮ ତାରିଖ ସଂନ୍ଧ୍ୟା ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୦୮ ଜଣ ସୁସ୍ଥ ହୋଇଥିବା ବେଳେ ଆଜି ୬୨ ଜଣ ସୁସ୍ଥ ହୋଇଛନ୍ତି । ଫଳରେ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧୬୫୩ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୯୭୦ ବୋଲି ଜଣାଯାଇଛି । ସେହିଭଳି ଭାବେ ନୟାଗଡ଼ ଜିଲ୍ଲାରେ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।






