Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାରୁ ୯୪ ଆକ୍ରାନ୍ତ, ପଢ଼ନ୍ତୁ କେଉଁ ବ୍ଲକରୁ କେତେ…

by Anil Panda
August 21, 2020
in Feature News, Nayagarh
ସୁସ୍ଥ ହେଲେ ୬୨, ମୋଟ ୯୭୦
733
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ମହାମାରୀ ଦ୍ୱାରା ଆଜି ରାଜ୍ୟରେ ୨୬୯୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ନୟାଗଡ଼ ଜିଲ୍ଲାରୁ ୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଜିଲ୍ଲାରେ ପୂର୍ବରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ୧୮୮୩ ସହ ଆଜିର ଆକ୍ରାନ୍ତକୁ ମିଶାଇ ମୋଟ ସଂଖ୍ୟା ୧୯୭୭ ବୋଲି ଜଣାଯାଇଛି । ଫଳରେ ଅଗଷ୍ଟ ୨୧ ଦିନରେ ଜିଲ୍ଲାରେ ୧୩୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି । ଜିଲ୍ଲାରେ ଜୁଲାଇ ୩୧ ତାରିଖ ସୁଦ୍ଧା ଆକ୍ରାନ୍ତ ସଂଖ୍ୟା ୬୨୮ ରହିଥିଲା । ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନାନୁସାରେ, ଆଜି ଭାପୁର ବ୍ଲକରୁ ୬ ଜଣ, ଦଶପଲ୍ଲା ବ୍ଲକରୁ ୮ ଜଣ, ଗଣିଆ ବ୍ଲକରୁ ୨ ଜଣ, ଖଣ୍ଡପଡ଼ା ବ୍ଲକରୁ ୯ ଜଣ, ନୟାଗଡ଼ ବ୍ଲକରୁ ୧୭ ଜଣ, ନୂଆଗାଁ ବ୍ଲକରୁ ୧୩ ଜଣ, ଓଡ଼ଗାଁ ବ୍ଲକରୁ ୮ ଜଣ, ରଣପୁର ବ୍ଲକରୁ ୨୬ ଜଣ, ନୟାଗଡ଼ ପୈାରାଞ୍ଚଳରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷେ, ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୧୯ ତାରିଖ ସଂନ୍ଧ୍ୟା ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୦୧୦ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ସେହିଭଳି ଭାବେ ଜିଲ୍ଲାରୁ ମୋଟ ୧୨ ଜଣଙ୍କ କରୋନା ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!