ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ଏବେ ଭୟାନକ ସ୍ଥିତିରେ ପହଂଚି ସାରିଛି । ଆଜି ନୟାଗଡ଼ ଜିଲ୍ଲାରୁ ଆଜି ୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଫଳରେ ଜିଲ୍ଲାରେ ପୂର୍ବରୁ ଚିହ୍ନଟ ହୋଇଥିବା ୪୦୧୯ ଆକ୍ରାନ୍ତଙ୍କ ସହ ଆଜିର ଆକ୍ରାନ୍ତ ମିଶି ମୋଟ ସଂଖ୍ୟା ୪୦୭୩ ବୋଲି ଜଣାଯାଇଛି । ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ପାଉଛି, ସେହି ତୁଳନାରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ୧୮ ତାରିଖ ସଂନ୍ଧ୍ୟା ୬ ଘଟିକା ସୁଦ୍ଧା ନୟାଗଡ଼ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୫୦୫ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୭ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।





