ନୟାଗଡ଼, (ବାଘୁଆବାର୍ତ୍ତା) : ଆଜି ନୟାଗଡ଼ ଜିଲ୍ଲାରୁ ୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲାରୁ ପୁଣି ଜଣେ ମୃତ୍ୟୁ ଘଟିଥିବା ଜଣାଯାଇଛି । ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ମେଲାଇ ଚାଲିଥିବା ବେଳେ ଆଜି ୫୪ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ତାଙ୍କ ମୃତ୍ୟୁ ସମ୍ପର୍କରେ ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏହି ବ୍ୟକ୍ତିଙ୍କ ମୃତ୍ୟୁକୁ ମିଶାଇ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୨୦ ବୋଲି ଜଣାଯାଇଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।






