Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଦ୍ମପୁର ସବଜେଲର ପସିଲା କରୋନା, ୮୩ କଏଦୀ କରୋନାରେ ଆକ୍ରାନ୍ତ

by ସଞ୍ଜୟ ସ୍ୱାଇଁ
May 22, 2021
in Health, State
ପଦ୍ମପୁର ସବଜେଲର ପସିଲା କରୋନା, ୮୩ କଏଦୀ କରୋନାରେ ଆକ୍ରାନ୍ତ
98
VIEWS
Share on FacebookShare on Twitter

ବରଗଡ଼ (ବାଘୁଆବାର୍ତ୍ତା): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ଥିବା ଜେଲ ଗୁଡ଼ିକରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ବରଗଡ଼ ଜିଲ୍ଲା ପଦ୍ମପୁର ସବଜେଲରୁ ୮୩ କଏଦୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ପଦ୍ମପୁର ଉପଖଣ୍ଡ ଚିକିତ୍ସା ଅଧିକାରୀ ଡାକ୍ତର ତହସିଲ କୁମାର ସାହୁ ଏହି ସୂଚନା ଦେଇଛନ୍ତି । ପଦ୍ମପୁର ସବଜେଲର ୧୨୪ ଜଣ କଏଦୀ ଏବଂ ୮ଜଣ ଜେଲ କର୍ମଚାରୀଙ୍କ ସ୍ୱାବ ଟେଷ୍ଟ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୮୩ ଜଣ କଏଦୀଙ୍କ ରିପୋର୍ଟ ପଜିଟିଭ ଆସିଥିଲା । କରୋନା ଅକ୍ରାନ୍ତ ଏହି କଏଦୀଙ୍କ ମଧ୍ୟରୁ ୫ ଜଣଙ୍କୁ କୋଭିଡ କେୟାର ସେଣ୍ଟରରେ ରଖାଯାଇଛି । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଅକ୍ସିଜେନ ଦିଆଯାଇଥିଲା । ତେବେ ଏବେ ତାଙ୍କ ଅବସ୍ଥା ସ୍ଥିର ରହିଛି । ରାଜ୍ୟର ଆଉ କିଛି ଜେଲରେ ଥିବା କଏଦୀମାନେ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ରାଜଧାନୀ ଭୁବନେଶ୍ୱରରେ ଥିବା ଝାରପଡା ଜେଲରେ କଏଦୀ ଓ ଷ୍ଟାଫଙ୍କୁ ମିଶାଇ ମୋଟ ୯୬ ଜଣ କରୋନାରେ ଅକ୍ରାନ୍ତ ହୋଇଥିବା ନେଇ ଗତକାଲି ସୂଚନା ମିଳିଥିଲା । ମୋଟ ୧୯୫ ଜଣଙ୍କର ନମୂନା ପରୀକ୍ଷା କରାଯାଇଥିବା ବେଳେ ୯୬ ଜଣଙ୍କ ରିପୋର୍ଟ ପଜିଟିଭ ଆସିଥିଲା । ସେମାନଙ୍କ ମଧ୍ୟରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ଭାବି ସମୁଦି ତଥା ପୂର୍ବତନ ଆଇଏଫଏସ ଅଭୟକାନ୍ତ ପାଠକ ମଧ୍ୟ ଅଛନ୍ତି । ମୟୁରଭଞ୍ଜ ଜିଲ୍ଲା ଉଦଳା ସବଜେଲରୁ ମଧ୍ୟ କରୋନା ଅକ୍ରାନ୍ତ ଚିହ୍ନଟ ହୋଇଥିଲେ ଓ ସେମାନଙ୍କୁ ଆଇସୋଲେସନରେ ରଖି ଚିକିତ୍ସା କରାଯାଉଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!