ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା କରୋନା ମହାମାରୀ କାୟା ବିସ୍ତାରି ଚାଲିଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଜିଲ୍ଲାରେ ମୋଟ ୨୭୪ ଜଣ ଆକ୍ରାନ୍ତ ହୋଇଥିବା ବେଳେ ଆଜି ସୁଦ୍ଧା ମୋଟ ୧୯୧ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ପୂର୍ବରୁ ୧୮୩ ଜଣ ସୁସ୍ଥ ହୋଇଥିବା ବେଳେ ଆଜି ୮ ଜଣ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଅନ୍ୟପକ୍ଷେ, ଜିଲ୍ଲାରେ ମୋଟ ୮୨ ଜଣ ଆକ୍ରାନ୍ତ ଚିକିତ୍ସାଧିନ ଥିବା ଜଣାଯାଇଛି ।





