ନୟାଗଡ଼,(ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା କାୟା ମେଲାଇ ଚାଲିଥିବା ବେଳେ ଆଜି ପୁଣି ଓଡ଼ଗାଁ ବ୍ଲକରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସୁନାମୁହିଁ ପଂଚାୟତରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କୁରାଳ ପଂଚାୟତରୁ ଜଣେ ଏବଂ ଓଡ଼ଗାଁରୁ ଜଣେ ଆକ୍ରାନ୍ତି ଚିହ୍ନଟ ହୋଇଛନ୍ତି । ସେହିଭଳି ନୂଆଗାଁ ବ୍ଲକ ମହୀପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ଭୂବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୨ରେ ପହଂଚିଥିବା ଜଣାଯାଇଛି ।