ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଓଡ଼ିଶାରେ ପୁଣି କଡାକଡି ପାଳନ ହେବ କୋଭିଡ୍ ନିୟମ । ମହାରାଷ୍ଟ୍ରରେ କୋଭିଡ୍ ସଂକ୍ରମଣ ବଢିବା ଏବଂ ଲକଡାଉନ୍ ଭଳି ସ୍ଥିତି ଉପୁଜିବା ପରେ ଏବେ ଓଡ଼ିଶାରେ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଚିଠି ଲେଖି ସବୁ ଜିଲ୍ଲାପାଳ, ମହାନଗର ନିଗମ ଓ ପୁଲିସ ବିଭାଗକୁ ସତର୍କ କରାଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ନେଇ ସ୍ବାସ୍ବ୍ୟ ବିଭାଗ ସତର୍କ ସୂଚନା ଜାରି କରିଛି। ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସବୁ ଜିଲ୍ଲାପାଳ, ଭୁବନେଶ୍ବର-କଟକ ପୁଲିସ କମିସନର, ସମସ୍ତ ପୌରପାଳିକା କମିସନର, ଡିସିପି, ଏସ୍ପି, ସିଡିଏମ୍ଓ ଓ ପିଏଚ୍ଓଙ୍କୁ ଚିଠି ଲେଖି କୋଭିଡ ନିୟମ କଡାକଡି କରିବାକୁ ଅନୁରୋଧ କରିଛନ୍ତି।





