Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ୨୨୭ ଆକ୍ରାନ୍ତ, ୫ ସ୍ଥାନକୁ କଣ୍ଟେନମେଣ୍ଟ ଘୋଷଣା

by ସଞ୍ଜୟ ସ୍ୱାଇଁ
May 17, 2021
in Nayagarh
ନୂଆ ୨୨୭ ଆକ୍ରାନ୍ତ, ୫ ସ୍ଥାନକୁ କଣ୍ଟେନମେଣ୍ଟ ଘୋଷଣା
1.8k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ଦିନକୁ ଦିନ ଭୟଙ୍କର ହୋଇ ଚାଲିଛି । ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ଆଜି ୨୨୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ୨୪୫୭ ସକ୍ରିୟ ମାମଲା ରହିଥିବା ଜଣାଯାଇଛି । ଚିହ୍ନଟ ହୋଇଥିବା ୨୨୭ ମଧ୍ୟରୁ ଭାପୁର ବ୍ଲକରୁ ୧୨, ଦଶପଲ୍ଲାରୁ ୧୮, ଗଣିଆ ୭, ଖଣ୍ଡପଡ଼ାରୁ ୧୫, ନୟାଗଡ଼ରୁ ୪୧, ନୂଆଗାଁରୁ ୩୦, ଓଡ଼ଗାଁରୁ ୫୦, ରଣପୁରରୁ ୩୦, ନୟାଗଡ଼ ପୈାରାଞ୍ଚଳ ତଥା ଜିଲ୍ଲା ବାହାରୁ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଓଡ଼ଗାଁ ବ୍ଲକରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେଉଥିବାରୁ ଆଜି ପ୍ରଶାସନ ୪ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଏହି ସ୍ଥାନ ଗୁଡ଼ିକ ମଧ୍ୟରେ ଆରଡ଼ା ପଞ୍ଚାୟତର କଇଥସାହି, ଗୈାଡ଼ପୁଟ ଗ୍ରାମ ପଞ୍ଚାୟତର ବାରିକସାହି, ରବିଗାଡ଼ିଆ ପଞ୍ଚାୟତ କୁରୁମବାଙ୍କତରାର ପଥରନୂଆସାହି, ଶିଖରପୁର ପଞ୍ଚାୟତର କାମନାସାହିକୁ ତହସିଲଦାର ବିଜୟିତା ସାମନ୍ତସଂହାର ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି । ସେହିଭଳି ଭାବେ ଗଣିଆ ବ୍ଲକ ତେଲିସାହିକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ତହସିଲଦାର କିଶୋର କୁମାର ପଣ୍ଡା କଣ୍ଟେନମେଣ୍ଟ ଘୋଷଣା କରିବା ସହ ବାହାର ଲୋକଙ୍କୁ ଗ୍ରାମକୁ ପ୍ରବେଶ ଉପରେ କଟକଣା ଲଗାଇଛନ୍ତି । କଣ୍ଟେନମେଣ୍ଟ ହୋଇଥିବା ପ୍ରତ୍ୟେକ ଅଞ୍ଚଳକୁ ବିଶୋଧନ କରାଯିବା ସହ ସମସ୍ତଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରିବାକୁ ପ୍ରସ୍ତୁତି କରାଯାଇଛି । ଉକ୍ତ ଅଞ୍ଚଳରେ ସମସ୍ତ ସରକରୀ ଓ ବେସରକାରୀ କାର୍ଯ୍ୟାଳୟକୁ ବନ୍ଦ କରାଯାଇଛି । ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରଶାସନ ପକ୍ଷରୁ ଯୋଗାଣ କରାଯିବ ବୋଲି ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!