Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦ୍ରୀୟ ବିଦ୍ୟାଳୟ ପ୍ରସଙ୍ଗ ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର

by ସଞ୍ଜୟ ସ୍ୱାଇଁ
January 4, 2020
in Breaking
କେନ୍ଦ୍ରୀୟ ବିଦ୍ୟାଳୟ ପ୍ରସଙ୍ଗ ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର
71
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : କେନ୍ଦ୍ରୀୟ ବିଦ୍ୟାଳୟ ନିଜସ୍ୱ ଗୃହକୁ ସ୍ଥାନାନ୍ତର ପାଇଁ ଅଭିଭାବକ ସଂଘର ଆଜି ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କୁ ଦାବିପତ୍ର ପ୍ରଦାନ କରିଛି । ଆସନ୍ତା ଶିକ୍ଷା ବର୍ଷ ମଧ୍ୟରେ ବିଦ୍ୟାଳୟ ନୂତନ ଗୃହକୁ ସ୍ଥାନାନ୍ତର କରାନଗଲେ ଅଭିଭାବକ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି । ସୂଚନାନୁସାରେ, ଗତ ଦୁଇମାସ ପୂର୍ବରୁ କେନ୍ଦ୍ରୀୟ ବିଦ୍ୟାଳୟର ନିଜସ୍ୱ ଗୃହ ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇସାରିଥିଲେ ମଧ୍ୟ ଏଠାକୁ ବିଦ୍ୟାଳୟ ସ୍ଥାନାନ୍ତର କରାଯାଉନଥିବାରୁ ସ୍ଥାନୀୟ ଜନସାଧାରଣ ତଥା ଅଭିଭାବକ ଏବଂ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଘୋର ଉଦବେଗ ପ୍ରକାଶ ପାଇଛି । ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟରେ ସ୍ଥାପିତ ଏହି ବିଦ୍ୟାଳୟର ନୂତନ କୋଠା ବର୍ତ୍ତମାନ ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଥିବା ବେଳେ ଏଠାରେ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା ଅଭିଯୋଗ ହେଉଛି । ଏ ନେଇ ଆଜି କେନ୍ଦ୍ରୀୟ ବିଦ୍ୟାଳୟ ଅଭିଭାବକ ସଂଘ ପକ୍ଷରୁ ସଭାପତି ପ୍ରଶାନ୍ତ କୁମାର ଦାଶ, ଉପସଭାପତି ପ୍ରଶାନ୍ତ କୁମାର ପଟ୍ଟନାୟକ ଏବଂ ସଂପାଦକ ଲକ୍ଷ୍ମୀଧର ସାହୁ ପ୍ରମୁଖ ଜିଳ୍ଲାପାଳଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଆଲୋଚନା କରିବା ସହ ତୁରନ୍ତ ବିଦ୍ୟାଳୟ ସ୍ଥାନାନ୍ତର ପାଇଁ ଦାବି ଜଣାଇଥିଲେ । ଜିଲ୍ଲାପାଳ ଡ.ପୋମା ଟୁଡୁ ବିଦ୍ୟାଳୟ ସମସ୍ୟା ସଂପର୍କରେ ସଚେତନ ଅଛନ୍ତି ଏହା ଉପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ଅଭିଭାବକ ସଂଘକୁ ପ୍ରତିଶୃତି ଦେଇଥିବା ପ୍ରକାଶ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!