Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା କେନ୍ଦ୍ରୀୟ ବିଦ୍ୟାଳୟ ଉଦ୍‌ଘାଟିତ

by Anil Panda
October 8, 2020
in Nayagarh
କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା କେନ୍ଦ୍ରୀୟ ବିଦ୍ୟାଳୟ ଉଦ୍‌ଘାଟିତ
654
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସହର ସ୍ଥିତ ହାଉସିଂବୋର୍ଡ଼ଠାରେ ଦୀର୍ଘଦିନ ହେବ ନିର୍ମାଣଧିନ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ନୂତନ ଗୃହ ଆଜି ଉଦ୍‌ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭିସି ଦ୍ୱାରା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରୀୱାଲ୍ ଯୋଗ ଦେଇ ଗୃହ ଉଦ୍‌ଘାଟନ କରିବା ସହ କେନ୍ଦ୍ରୀୟ ବିଦ୍ୟାଳୟରେ ଉନ୍ନତ ମାନର ଶିକ୍ଷା ପ୍ରଦାନ କରାଯାଉଥିବା ଏବଂ ଭାରତ ବର୍ଷରେ ଥିବା ସମସ୍ତ କେନ୍ଦ୍ରୀୟ ବିଦ୍ୟାଳୟ ଗୁଡ଼ିକରେ ଛାତ୍ରଛାତ୍ରୀମାନଙ୍କର ବୈଦ୍ଧିକ ଓ ଶୈକ୍ଷିକ ବିକାଶ ହେଉଥିବା କହିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସଂଜୟ ଧୋତ୍ରେ ଯୋଗ ଦେଇ ଥିବା ବେଳେ ବିଶିଷ୍ଟ ଅତିଥି ଭାବେ ରାଜ୍ୟ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ସାଂସଦ ପୀନାକୀ ମିଶ୍ର, କେନ୍ଦ୍ର ସରକାରଙ୍କ ବିଦ୍ୟାଳୟ, ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବ ଅନୀତା କରୱାଲ୍ ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ସଚିବ ନିଧି ପାଣ୍ଡେ, ଅତିରିକ୍ତ ସଚିବ ସୁମନ୍ତ କୁମାର ଚୋପ୍ରା ଯୋଗ ଦେଇଥିଲେ । ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ପୈାରହିତ୍ୟରେ ଆଜିର ଉଦ୍‌ଘାଟନି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ନୟାଗଡ଼ଠାରେ ପୂର୍ବତନ ନଗରପାଳ ଗୁରୁ ପ୍ରସାଦ ଜେନା, ଜିଲ୍ଲା ପରିଷଦ ସଭ୍ୟା ଅରୁଣା ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଶକ୍ତି ପ୍ରସାଦ ମିଶ୍ର ପ୍ରମୂଖ ଯୋଗ ଦେଇଥିଲେ । ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ଏସ୍ ଶ୍ରୀନିବାସନ୍‌ଙ୍କ ଦ୍ୱାରା କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା । ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଅଭିଭାବକ, ବୁଦ୍ଧିଜୀବୀ ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗ ଦେଇଥିଲେ । କୋଭିଡ୍ ନିୟମନୁସାରେ, କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!