Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପ କାମ ସ୍ଥଗିତ ରଖାଯାଇପାରିବ ନାହିଁ

ଆବେଦନକାରୀଙ୍କ ଉପରେ ଜରିମାନା ଲଗାଇଲେ ଦିଲ୍ଲୀ ହାଇକୋର୍ଟ

by ସଞ୍ଜୟ ସ୍ୱାଇଁ
May 31, 2021
in NATIONAL NEWS
ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପ କାମ ସ୍ଥଗିତ ରଖାଯାଇପାରିବ ନାହିଁ
108
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): କରୋନା ମହାମାରୀ ସମୟରେ ଏତେ କୋଟି ଟଙ୍କାର ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପ କାମ ସ୍ଥଗିତ କରିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରାଯାଇଥିଲା | ଆଜି ଅବରଦାନକାରୀଙ୍କ ପିଟିସନକୁ ଖାରଜ କରିବା ସହ ତାଙ୍କ ଉପରେ ଜରିମାନା ଲଗାଇଛନ୍ତି ଦିଲ୍ଲୀ ହାଇକୋର୍ଟ | ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପ କାମ ଜରୁରୀ ଏବଂ ଏହାକୁ ସ୍ଥଗିତ ରଖାଯାଇପାରିବ ନାହିଁ ବୋଲି କହିଛନ୍ତି ଦିଲ୍ଲୀ ହାଇକୋର୍ଟ | ଦିଲ୍ଲୀ ହାଇକୋର୍ଟର ପ୍ରଧାନ ବିଚାରପତି ଡି.ଏନ୍ ପଟେଲ ଏବଂ ଜଷ୍ଟିସ୍ ଜ୍ୟୋତି ସିଂଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଆବେଦନକାରୀଙ୍କ ଉପରେ ୧ ଲକ୍ଷ ଟଙ୍କା ଜରିମାନା ଲଗାଇବା ସହ ଏହି ଆବେଦନ ପ୍ରାମାଣିକ ନୁହେଁ ବୋଲି କହିଛନ୍ତି। ଏହା ଦେଶ ପାଇଁ ଏକ ଅତ୍ୟାବଶ୍ୟକ ପ୍ରକଳ୍ପ | ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ | ଯେହେତୁ ଶ୍ରମିକମାନେ ଉକ୍ତ ସ୍ଥାନରେ ରହିଛନ୍ତି ଏବଂ ସମସ୍ତ କୋଭିଡ ପ୍ରୋଟୋକଲଗୁଡିକ ପାଳନ କରାଯାଉଛି, ଏଭଳି ସ୍ଥିତିରେ ଏହି ପ୍ରକଳ୍ପକୁ ସ୍ଥଗିତ ରଖିବା ପାଇଁ କୋର୍ଟ ପାଖରେ କୌଣସି କାରଣ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି | ସୂଚନା ମୁତାବକ, ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପ କାମ କରୁଥିବା ଶ୍ରମିକ ଓ ସେଠାରେ ରହୁଥିବା ଲୋକଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି କରୋନା ସମୟରେ ଏହି ପ୍ରକଳ୍ପ କାମକୁ ସ୍ଥଗିତ ରଖିବାକୁ କହିଥିଲେ ଅବରଦାନକାରୀ | କିନ୍ତୁ କାମ କରୁଥିବା ଶ୍ରମିକ ସମସ୍ତ କଟକଣା ଅନୁସରଣ କରୁଥିବା କହି ଦିଲ୍ଲୀ ହାଇକୋର୍ଟ ଏହି ଆବେଦନକୁ ଖାରଜ କରିଛନ୍ତି | ଏହା ସହ ଏହା ଏକ ଉଦ୍ଦେଶ୍ୟମୂଳକ  ଆବେଦନ ବୋଲି ଖଣ୍ଡପୀଠ କହିଛନ୍ତି |

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!