Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିର ବରିଷ୍ଠ ନେତାଙ୍କୁ ମିଳିଲା ନିର୍ବାଚନମଣ୍ଡଳୀ ଦାୟିତ୍ୱ, ଅରୁଣଙ୍କୁ ତିନି ନିର୍ବାଚନ ମଣ୍ଡଳୀ ଦାୟିତ୍ୱ

by ସଞ୍ଜୟ ସ୍ୱାଇଁ
January 31, 2025
in Nayagarh, State
ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବିଜେଡି ବିଧାୟକ ଦଳ ବୈଠକ
480
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଉ କିଛି ଦିନ ମଧ୍ୟରେ ବିଜୁ ଜନତା ଦଳର ହେବ ନବକଳେବର। ଏଥି ଗତ ୨୬ ତାରିଖରେ ବିଜେଡିର ସମସ୍ତ ପ୍ରମୁଖ ସଙ୍ଗଠନକୁ ଭଙ୍ଗ କରାଯାଇଥିବା ବେଳେ ଆଜି ବିଜେଡିର ୯ ଜଣ ବରିଷ୍ଠ ନେତାଙ୍କୁ ୨୭ ନିର୍ବାଚନମଣ୍ଡଳୀର ଦାୟିତ୍ୱ ପ୍ରଦାନ କରାଯାଇଛି। ସାଙ୍ଗଠନିକ ନିର୍ବାଚନ ସହ ୨୭ ନିର୍ବାଚନମଣ୍ଡଳୀରେ ଦଳର ସ୍ଥିତିକୁ ଆହୁରି ସୃଦୁଢ କରିବା ପାଇଁ ଦଳର ବରିଷ୍ଠ ନେତାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦଳର ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀପ୍ରସାଦ ମିଶ୍ରଙ୍କ ପକ୍ଷରୁ ୯ ଜଣ ବରିଷ୍ଠ ନେତାଙ୍କୁ ୨୭ ନିର୍ବାଚନମଣ୍ଡଳୀ ଦାୟିତ୍ୱ ପ୍ରଦାନ କରାଯାଇଛି। ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଝାରସୁଗୁଡା ଓ ବ୍ରଜରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀର ଦାୟିତ୍ୱ ଦିଆଯାଇଛି । ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଓ ବିଜୟ କୁମାର ନାୟକଙ୍କୁ ତେଲକୋଇ, ପାଟଣା, ଚମ୍ପୁଆ, ପାରାଦୀପ ଓ ହିନ୍ଦୋଳ ଦାୟିତ୍ୱ ଦିଆଯାଇଛି । ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା କଟକ – ବାରବାଟୀ, କଟକ – ସଦର ଓ ନିଆଳି ନିର୍ବାଚନମଣ୍ଡଳୀ ଦାୟିତ୍ବ ପ୍ରଦାନ କରାଯାଇଛି। ସେହିପରି ନିମାପଡ଼ା, ପିପିଲି ଓ ଖୋର୍ଦ୍ଧା ନିର୍ବାଚନମଣ୍ଡଳୀ ପାଇଁ ପୂର୍ବତନ ମନ୍ତ୍ରୀ ଅରୁଣ ସାହୁ, ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମାଙ୍କୁ ସାନଖେମୁଣ୍ଡି, ଛତ୍ରପୁର, ଗୋପାଳପୁର ଓ ବ୍ରହ୍ମପୁର ଆସନ ଦାୟିତ୍ୱ ଦିଆଯାଇଛି । ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ ବଡଚଣା, ରାଇରଙ୍ଗପୁର, ବଡସାହି, ଉଦଳା ଓ ଛେଣ୍ଡିପଦା ନିର୍ବାଚନମଣ୍ଡଳୀ ଦାୟିତ୍ବ ନେଇଥିବା ବେଳେ ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇଙ୍କୁ ବଣେଇ ଓ ବୀରମିତ୍ରପୁର ନିର୍ବାଚନମଣ୍ଡଳୀ ଦାୟିତ୍ୱ ଦିଆଯାଇଛି। ପୂର୍ବତନ ବିଧାୟକ ଦେବେଶ ଆଚାର‌୍ୟ୍ୟଙ୍କୁ ଭଟଲି, ଭୃଗୁ ବକ୍ସିପାତ୍ରଙ୍କୁ ଲକ୍ଷ୍ମୀପୁର ଓ ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀ ଦାୟିତ୍ବ ପ୍ରଦାନ କରାଯାଇଛି। ବିଜେଡିର ଏହି ବରିଷ୍ଠ ନେତାମାନେ ସେମାନଙ୍କୁ ଦିଆଯାଇଥିବା ନିର୍ବାଚନମଣ୍ଡଳୀରେ ଦଳର ସଂଗଠନକୁ ଅଧିକ ସକ୍ରିୟ କରିବା ସହ ବିଜେଡିର କାର‌୍ୟ୍ୟକ୍ରମକୁ ଆଗେଇ ନେବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!