Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ୨୫ରେ ଛାତ୍ର ଆନ୍ଦୋଳନ

by ସଞ୍ଜୟ ସ୍ୱାଇଁ
June 24, 2025
in Nayagarh
ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ୨୫ରେ ଛାତ୍ର ଆନ୍ଦୋଳନ
131
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟରେ ଛାତ୍ରୀଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି । ଯାହାକୁ ନେଇ ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ବିଧାୟକ ବ୍ୟୋମେକେଶ ରାୟ ଏବଂ ପୂର୍ବତନ ଛାତ୍ର ସଭାପତି ତଥା ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ଆସନ୍ତା ଜୁନ ୨୫ ତାରିଖ ସାରା ରାଜ୍ୟରେ ଛାତ୍ର ଆନ୍ଦୋଳନ ପାଇଁ ଡାକରା ଦେଇଛନ୍ତି । ଏହି ଅବସରରେ ନୟାଗଡ଼ ଜିଲ୍ଲା ବିଜେଡି ସଭାପତି ତଥା ବିଧାୟକ ରମେଶ ଚନ୍ଦ୍ର ବେହେରା, ନୟାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ପରାମର୍ଶ କ୍ରମେ ଆସନ୍ତାକାଲି ସକାଳ ୧୦ ଘଟିକା ସମୟରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସାମ୍ନାରେ ରାସ୍ତାରୋକ ଓ ବିକ୍ଷୋଭ ଅନୁଷ୍ଠିତ ହେବ ବୋଲି ନୟାଗଡ଼ ଜିଲ୍ଲା ଯୁବ ବିଜେଡି ସଭାପତି ଦୁର୍ୟ୍ୟୋଧନ ବେହେରା, ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡା ସୂଚନା ଦେଇଛନ୍ତି । ଏହି ଆନ୍ଦୋଳନ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଥିବା ମହାବିଦ୍ୟାଳୟ ସାମ୍ନାରେ ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଛି । ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରଠାରୁ, ଆଇନ ଶୃଙ୍ଖଳା ଦିନକୁ ଦିନ ବିପର୍ୟ୍ୟସ୍ତ ହୋଇପଡୁଛି। ଯୁବତୀଙ୍କୁ ଅସଦାଚରଣ, ଦୁଷ୍କର୍ମ, ଅପହରଣ ଓ ହତ୍ୟା ଘଟଣା ପ୍ରତିଦିନ ଖବରକାଗଜରେ ଶିରୋନାମା ହେଉଛି। ଗୋପାଳପୁର ଭଳି ଏକ ପର୍ୟ୍ୟଟନସ୍ଥଳରେ ଜଣେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କୁ ଗଛରେ ବାନ୍ଧି ଦେଇ ତାଙ୍କ ସାମ୍ନାରେ ଯୁବତୀ ଜଣଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ମଧ୍ୟ ଏକ ଦୁଖଃଦ ଘଟଣା ଘଟିଥିଲା। ରାଜ୍ୟରେ ପ୍ରତିଦିନ ପ୍ରାୟ ୧୫ ଜଣ ଯୁବତୀ ଦୁଷ୍କର୍ମର ଶିକାର ହେଉଛନ୍ତି। ରାଜ୍ୟରେ ଦିନକୁ ଦିନ ଏଭଳି ଘଟଣା ବୃଦ୍ଧି ପାଉଥିବାରୁ, ଯୁବତୀମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ଦୁଃଖ ଓ ପରିତାପର ବିଷୟ, ଏହିଭଳି ସମ୍ୱେଦନଶୀଳ ପ୍ରସଙ୍ଗରେ, ରାଜ୍ୟ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ଓ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ରାଜ୍ୟ ସରକାରଙ୍କୁ ଚେତାଇ ଦେବା ଉଦ୍ଦେଶ୍ୟରେ, ଛାତ୍ର ଆନ୍ଦୋଳନ ଆୟୋଜିତ ହେବ। ଆନ୍ଦୋଳନ କାର୍ୟ୍ୟକ୍ରମ ମାଧ୍ୟମରେ, ଶ୍ରେଣୀ ବର୍ଜନ, କଳାବ୍ୟାଚ ପରିଧାନ, ପିକେଟିଂ, କୁଶ ପୁତ୍ତଳିକା ଦାହ ଇତ୍ୟାଦି କାର୍ୟ୍ୟକ୍ରମ କରାଯିବ। ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଯୁବ ସମ୍ପାଦକ ଅନୱାର ଅଲ୍ଲୀ, ରବୀନ୍ଦ୍ର ଜେନା, ପ୍ରମୋଦ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!