Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତାକାଲି ଛେନାପୋଡ଼ ଦିବସ

by ସଞ୍ଜୟ ସ୍ୱାଇଁ
April 10, 2025
in Nayagarh, State
ଆସନ୍ତାକାଲି ଛେନାପୋଡ଼ ଦିବସ
150
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଛେନାପୋଡ଼ କଥା ଆସିଲେ ସମସ୍ତଙ୍କ ପାଟିରୁ ଲାଳ ଗଡ଼ିଯାଏ । ଛେନାରେ ତିଆରି ଏହି ସୁସ୍ୱାଦୁ ମିଠା ଆମ ଓଡ଼ିଶାର ନୟାଗଡ଼ରୁ ସୃଷ୍ଟି । ନୟାଗଡ଼ ଛେନାପୋଡ଼କୁ ବିଶ୍ୱସ୍ତରୀୟ କରାଇବାକୁ ଆରମ୍ଭ ହୋଇଛି ଅନେକ ପ୍ରୟାସ । ଏପ୍ରିଲ ୧୧ ତାରିଖକୁ ବିଶ୍ବ ଛେନାପୋଡ଼ ଦିବସ ଭାବେ ପାଳନ କରୁଛି ଓଡ଼ିଶା । ଜାଣିଛନ୍ତି କି ଜଣେ ବ୍ୟକ୍ତିଙ୍କ ଜନ୍ମଦିନକୁ ବିଶ୍ବ ଛେନାପୋଡ଼ ଦିବସ ଭାବେ ପାଳନ କରାଯାଉଛି । ତେବେ ଆସନ୍ତୁ ଜାଣିବା କିଏ ଏହି ବ୍ୟକ୍ତି ଓ ତାଙ୍କ ଜନ୍ମଦିନ କାହିଁକି ଛେନାପୋଡ଼ ଦିବସ ଭାବେ ପାଳନ କରାଯାଉଛି । ରାତି ପାହିଲେ ଛେନାପୋଡ଼ ଦିବସ । ମିଠା ଦୋକାନରେ ସଜେଇ ହୋଇ ରଖଯାଇ ସାରିଛି ଭିନ୍ନ ଭିନ୍ନ ସାଇଜର ଛେନାପୋଡ଼ । ସାରା ରାଜ୍ୟରେ ଛେନାପୋଡ଼ ଦିବସକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସାହ । ଅଳ୍ପ ହେଉ କି ବହୁତ, କାଲି ଟିକେ ଛେନାପୋଡ଼ ଘରକୁ ନେବାକୁ ସମସ୍ତେ ଅନାଇ ବସିଛନ୍ତି । ତେବେ ଜାଣିଛନ୍ତି କି ଛେନାପୋଡ଼ର ସ୍ରଷ୍ଟା ସ୍ୱର୍ଗତ ସୁଦର୍ଶନ ସାହୁଙ୍କ ଜନ୍ମଦିନକୁ ଏହି ଦିବସ ଭାବେ ପାଳନ କରାଯାଉଛି । ଏହି ସୁସ୍ବାଦୁ ମିଠାକୁ ସୁଦର୍ଶନ ସାହୁ ହିଁ ନିଜ ହାତରେ ପ୍ରଥମ ରୂପ ଦେଇଥିଲେ । ତେଣୁ ତାଙ୍କ ଜନ୍ମଦିନକୁ ଏହି ଦିବସ ଭାବେ ପାଳନ କରାଯାଉଛି । ସେପଟେ ଉତ୍ସବ ପାଳନ ପାଇଁ ନୟାଗଡ଼ରେ ଜୋରଦାର ପ୍ରସ୍ତୁତି ଚାଲିଛି । ଛେନାପୋଡ଼ ପ୍ରସ୍ତୁତି ପାଇଁ ପ୍ରଥମେ ଖୀରରୁ ଛେନା ସଂଗ୍ରହ କରାଯାଏ । ଏହାପରେ ଛେନାରେ ଆବଶ୍ୟକ ଅନୁଯାୟୀ ଚିନି, ସୁଜି, କାଜୁ ଓ ଗୁଜୁରାତି ଇତ୍ୟାଦି ମିଶାଇ ଏକ ରସପାତ୍ରରେ କଡ଼ା ନିଆଁ ଆଞ୍ଚରେ ବସାଇ ଦିଆଯାଏ । କିଛି ସମୟ ଆଞ୍ଚରେ ପୋଡ଼ି ହେଲା ପରେ ପ୍ରସ୍ତୁତ ହୋଇଥାଏ ଛେନାପୋଡ଼ । ଭାଗମାପରେ କିଛି ବ୍ୟତିକ୍ରମ ହେଲେ ସବୁ କିଛି ନଷ୍ଟ ହୋଇଯିବାର ଆଶଙ୍କା ରହିଛି । ନୟାଗଡ଼ ଛେନାପୋଡ଼ ଏବେ ଅନେକଙ୍କ ବ୍ୟବସାୟର ମାଧ୍ୟମ ପାଲଟିଛି । ନୟାଗଡ଼ ଛେନାପୋଡ଼ର ଚାହିଦା ରାଜ୍ୟ ତଥା ରାଜ୍ୟ ବାହାରେ ରହିଛି । ହେଲେ ଆଜିଯାଏଁ ଛେନାପୋଡ଼କୁ ଜିଆଇ ଟ୍ୟାଗ ମିଳିପାରିନାହିଁ । ୧୯୪୭ ମସିହାରେ ସୁଦର୍ଶନ ସାହୁ ପ୍ରଥମେ ନିଜ ଗାଁ ଦଶପଲ୍ଲା ସାତପାଟଣାରୁ ଆସି ନୟାଗଡ଼ ବଜାରରେ ମିଠା ଦୋକାନଟିଏ କରିଥିଲେ । ଦିନେ ତାଙ୍କର କିଛି ଛେନା ବଳି ପଡ଼ିଥିଲା । ବଳକା ଛେନାକୁ କ’ଣ କରିବେ ଭାବୁ ଭାବୁ, ହଠାତ୍ ଗୋଟିଏ ଅଜବ ବୁଦ୍ଧି ତାଙ୍କ ମୁଣ୍ଡକୁ ଜୁଟିଥିଲା । ବିରି ପୋଡ଼ପିଠା ଭଳି ଛେନାରେ କିଛି ଚିନି ଓ ଚାଉଳ ଚୁନା ମିଶାଇ ତାହାକୁ ଚକଟି କଦଳୀପତ୍ରରେ ଗୁଡ଼ାଇ ରାତିରେ ନିଆଁ ଆଞ୍ଚରେ ବସାଇ ଦେଇଥିଲେ । ସକାଳକୁ ତାହା ବେଶ୍ ସ୍ଵାଦିଷ୍ଟ ଲାଗିବା ସହିତ ପରବର୍ତ୍ତୀ ଅବସ୍ଥାରେ ମିଠା ଜଗତରେ ମଉଡ଼ମଣି ‘ଛେନାପୋଡ଼’ ପାଲଟିଗଲା । ଛେନାପୋଡ଼ ଓଡ଼ିଆଙ୍କ ପ୍ରିୟ ମିଠାଖାଦ୍ୟ । ଓଡିଶାବାସୀଙ୍କ ଗର୍ବ ଓ ଗୌରବ ପାଲଟିଥିବା ଛେନାପୋଡ଼କୁ ଜିଆଇ ଟ୍ୟାଗ ବା ଭୌଗଳିକ ସ୍ବୀକୃତି ପାଇଁ ଦାବି ହୋଇ ଆସୁଛି । ହେଲେ ଏହି ଦାବି କେବେ ପୂରଣ ହେବ ଦେଖିବାକୁ ବାକି ରହିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!