Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଇଖାନା ଟାଙ୍କିରୁ ମିଳିଲା ନିଖୋଜ ନାବାଳକ ମୃତଦେହ

by ସଞ୍ଜୟ ସ୍ୱାଇଁ
April 21, 2025
in Crime, State
ପାଇଖାନା ଟାଙ୍କିରୁ ମିଳିଲା ନିଖୋଜ ନାବାଳକ ମୃତଦେହ
118
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ମିଳିଲା ଆଶୀର୍ବାଦର ମୃତଦେହ । ପୁରୀ ପିପିଲି ଡେଲାଙ୍ଗ ରତନପୁର ଗାଁର ଘଟଣା । ୭ ଦିନ ହେଲା ନିଖୋଜ ଥିଲା ଆଶୀର୍ବାଦ । ଜଣକର ପାଇଖାନା ଟାଙ୍କିରୁ ମୃତଦେହ ଉଦ୍ଧାର କରାଯାଇଛି । ଅନ୍ୟପଟେ ହତ୍ୟା ସନ୍ଦେହରେ ଜଣେ ଅଟକ ରଖିଛି ପୋଲିସ । ପୂର୍ବ ଶତ୍ରୁତାରୁ ନାବାଳକକୁ ହତ୍ୟା ସନ୍ଦେହ କରାଯାଉଛି । ରତନପୁର ଗାଁର ମାନସ ସାହୁଙ୍କ ୧୧ ବର୍ଷର ପୁଅ ଆଶୀର୍ବାଦ । ଗତ ୧୫ ତାରିଖ ସନ୍ଧ୍ୟାରୁ ନିଖୋଜ ଥିଲା । ଘର ବାରଣ୍ଡାରେ ଖେଳୁ ଖେଳୁ ଆଉ ପତ୍ତା ମିଳିନଥିଲା । ଗତ ମଙ୍ଗଳବାର ଠାରୁ ଘରୁ ନିଖୋଜ ହୋଇଥିବା ବେଳେ ପୋଲିସ ଛାନଭିନ୍ନ ପରେ ମଧ୍ୟ କିଛି ଖବର ମିଳି ନଥିବା ବେଳେ ଗତକାଲି ଆଶୀର୍ବାଦର ପରିବାର ଓ ଗ୍ରାମବାସୀ ମାନେ ଡେଲାଙ୍ଗ ଫାଣ୍ଡି ସମୁଖରେ ଧାରଣା ଦେଇଥିବା ବେଳେ ରାଜ ରାସ୍ତାରେ ଟାୟାର ଜାଳି ପ୍ରତିବାଦ କରିଥିଲେ। ପରେ ପୁରୀ ଅତିରିକ୍ତ ଏସ୍ପିଙ୍କ ଜରିଆରେ ଘଟଣାର କ୍ରାଇମ ବ୍ରାଞ୍ଚ ତଦନ୍ତ ପାଇଁ ଦାବିପତ୍ର ଦେଇଥିଲେ । ଅନ୍ୟପଟେ ବିଳମ୍ବିତ ରାତିରେ ନାବାଳକର ମୃତଦେହକୁ ଠାବ କରିଛି ପୋଲିସ। ନାବାଳକର ମୃତଦେହ ଗ୍ରାମ ନିକଟ ଜଣେ ଜୈନିକ ବ୍ୟକ୍ତିଙ୍କ ଘରର ପଛ ପଟେ ଥିବା ପାଇଖିନା ଟାଙ୍କିରୁ ମୃତଦେହକୁ ଉଦ୍ଧାର କରିଛି ପୋଲିସ। ତେବେ କିଭଳି ଓ କିଏ ଆଶୀର୍ବାଦକୁ ହତ୍ୟା କରିଛି ଏବେ ସନ୍ଦେହ ଘେରରେ ଥିବା ବେଳେ ଘଟଣାର ତଦନ୍ତ କରୁଛି ଡେଲାଙ୍ଗ ପୋଲିସ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!