Friday, January 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିଷ୍ପତ୍ତି

by ସଞ୍ଜୟ ସ୍ୱାଇଁ
October 26, 2021
in Planning and Development, State
ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିଷ୍ପତ୍ତି
41
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ସମୟରେ ବିଭିନ୍ନ କାରଣରୁ ଆଇନର ପରିସରକୁ ଆସୁଥିବା ଅନେକ ପିଲା ତଥା ସହାୟତା ଆବଶ୍ୟକତା କରୁଥିବା ପିଲାମାନଙ୍କ ପାଇଁ ଥାନା ଭିତରେ ସ୍ବତନ୍ତ୍ର ଅନୁକୂଳ ପରିବେଶର ଆବଶ୍ୟକତାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀଏହି ନିଷ୍ପତ୍ତି ନେଇଛନ୍ତି । । ଏହିସବୁ ପୋଲିସ ଷ୍ଟେସନରେ ଶିଶୁ ମାନଙ୍କ ପାଇଁ ସ୍ବତନ୍ତ୍ର ସୁବିଧା କରାଯିବ। ଏହିସବୁ ଥାନାରେ ସ୍ବତନ୍ତ୍ର ଲୋଗୋ ଓ ଫଳକ ରହିବା ସହିତ ପିଲାଙ୍କ ପାଇଁ ଛୋଟ ପୁସ୍ତକାଗାର ମଧ୍ୟ କରାଯିବ । ଏଥିରେ ବିଭିନ୍ନ ରୁଚି ସଂପନ୍ନ ପୁସ୍ତକ, ପତ୍ରପତ୍ରିକା ଓ ସମ୍ବାଦପତ୍ର ରଖାଯିବ। ପିଲାମାନଙ୍କ ସୁବିଧା ପାଇଁ ବିଛଣା, ଚୌକି ଓ ଟେବୁଲ ମଧ୍ୟ ରଖାଯିବ। ଏହାସହିତ ଶିଶୁମାନଙ୍କ ଅଧିକାର ସଂପର୍କିତ ଫଳକ ଏବଂ ପୋଲିସ ପାଇଁ ‘କଣ କରିବେ ବା ନ କରିବେ’ ( Do’s and Don’ts), ସେ ସଂପର୍କରେ ମଧ୍ୟ ସୂଚନା ଫଳକ ରହିବ। ଶିଶୁକଲ୍ୟାଣ ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ ତାଙ୍କ ନାମ ଓ ଅନ୍ୟାନ୍ୟ ସୂଚନା ସଂପର୍କରେ ଏକ ସ୍ବତନ୍ତ୍ର ଫଳକ ରହିବ। ଏହାସହିତ ପିଲାଙ୍କ ପାଇଁ ଖେଳନା, Firstaid Kits ମଧ୍ୟ ରଖାଯିବ। ଥାନା ପରିସର ମଧ୍ୟରେ ଏକ ଶିଶୁ ଅନୁକୂଳ ପରିବେଶ ସୃଷ୍ଟି କରିବା ପାଇଁ କାନ୍ଥ ଗୁଡିକରେ ସୁନ୍ଦର ଚିତ୍ର ରହିବା ସହିତ ବିଭିନ୍ନ ଶିକ୍ଷଣୀୟ ବିଷୟ ସ୍ଥାନିତ ହେବ। ସାଧାରଣ ଥାନା ଗୁଡିକ ଠାରୁ ଏହାର ପରିବେଶକୁ ସମ୍ପୂର୍ଣ୍ଣ ଭିନ୍ନ ଭାବରେ ଗଢ଼ା ଯିବା ଦ୍ବାରା ଥାନାକୁ ଯାଉଥିବା ଶିଶୁ ମାନଙ୍କ ମାନସିକ ଚାପ ହ୍ରାସ କରିବା ରେ ସହାୟକ ହେବବୋଲି ଆଶା କରାଯାଏ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!