Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୭୨ ଗ୍ରାମ ବାଲ୍ୟବିବାହ ମୁକ୍ତ: ନବରଙ୍ଗପୁର ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
July 8, 2021
in Lifestyle, State
୧୭୨ ଗ୍ରାମ ବାଲ୍ୟବିବାହ ମୁକ୍ତ: ନବରଙ୍ଗପୁର ଜିଲ୍ଲାପାଳ
62
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ଆଦିବାସୀ ଅଧୂଷିତ ନବରଙ୍ଗପୁର ଜିଲ୍ଲାରରେ ସାକ୍ଷରତା ଓ ସଚେତନତା ଅଭାବରୁ ବାଲ୍ୟ ବିବାହ ଭଳି କଳଙ୍କିତ ପ୍ରଥା ଆଜି ମଧ୍ୟ କାଏମ ରହିଛି । ପରମ୍ପରା ନାମରେ କିଶୋରୀ ବାଳିକାମାନଙ୍କୁ ବିବାହ ବନ୍ଧନରେ ବାନ୍ଧିଦେଇ ଅକାଳରେ ମରଣ ମୁହଁକୁ ଠେଲି ଦେଉଛନ୍ତି ପିତାମାତା ଓ ସମ୍ପର୍କୀୟ । ପରିପକ୍ଵ ବୟସ ପୂର୍ବରୁ ମାତୃତ୍ଵ ଲାଭକରି ଅକାଳରେ ଝଡିଯାଉଛନ୍ତି କିଶୋରୀ ବାଳିକା । ଜିଲ୍ଲାରେ ଏହି ଭଳି କୁତ୍ସିତ ପ୍ରଥାର ବିଲୋପ ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି । ସମଗ୍ର ନବରଙ୍ଗପୁର ଜିଲ୍ଲାରେ ବାଲ୍ୟ ବିବାହର ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାପାଳ ଡଃ ଅଜିତ କୁମାର ମିଶ୍ର ଆରମ୍ଭ କରିଛନ୍ତି ଅନ୍ଵେଷା ଅଭିଯାନ । ସମଗ୍ର ନବରଙ୍ଗପୁର ଜିଲ୍ଲାକୁ ୨୦୨୪ ମସିହା ସୁଦ୍ଧା ବାଲ୍ୟବିବାହ ମୁକ୍ତ ଜିଲ୍ଲା ଭାବରେ ପରିଗଣିତ କରିବା ପାଇଁ ଏହି ଅନ୍ଵେଷା ଅଭିଯାନ ଆରମ୍ଭ ହୋଇଛି ।ୟୁନିସେଫ ଓ ଆକ୍ସନଏଡ ସଂସ୍ଥାର ମିଳିତ ପ୍ରୟାସରେ ଏକ ଯୋଜନାବଦ୍ଧ କାର୍ୟ୍ୟକ୍ରମ ପ୍ରସ୍ତୁତି କରାଯାଇ ବାଲ୍ୟବିବାହକୁ ବନ୍ଦ କରାଯିବା ନିମନ୍ତେ ପ୍ରୟାସ ଜାରି ରହିଛି । ବିଶେଷ କରି ଗ୍ରାମଗୁଡିକରେ ଜାତି ସମାଜର ମୁଖିଆ, ସରପଞ୍ଚ, ୱାର୍ଡମେମ୍ବରମାନଙ୍କ ସହିତ ବାଲ୍ୟ ବିବାହର କୁପରିଣାମ ବାବଦରେ ବୈଠକ, ବାଲ୍ୟବିବାହ ମୁକ୍ତ ଗ୍ରାମଗଠନ ବାବଦରେ ସଚେତନତା ସୃଷ୍ଟି କରାଯାଉଛି । ଏତତ୍ ବ୍ୟତୀତ ଜିଲ୍ଲାପାଳ ଡଃ ମିଶ୍ର ଜିଲ୍ଲାର ମୋଟ ୧୭୨ଟି ଗ୍ରାମକୁ ଆନୁଷ୍ଠାନିକ ଭାବରେ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କରିଛନ୍ତି । ସମଗ୍ର ନବରଙ୍ଗପର ଜିଲ୍ଲାରେ ଗତବର୍ଷ ନଭେମ୍ବର ମାସରେ ୫ଟି ଗ୍ରାମ , ଚଳିତ ବର୍ଷ ଏପ୍ରିଲ ମାସରେ ୪୭ ଗ୍ରାମ, ମେ ମାସରେ ୩୬ ଗ୍ରାମ ଓ ଜୁଲାଇ ମାସରେ ୮୪ଟି ଗ୍ରାମକୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଅଦ୍ୟାବଧି ଘୋଷଣା କରାଯାଇଛି । ସେହିପରି ଜିଲ୍ଲାପାଳଙ୍କ ଉଦ୍ୟମ କ୍ରମେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ, ଶିଶୁ ସୁରକ୍ଷା ୟୁନିଟି ଓ ଚାଇଲ୍ଡ ଲାଇନର ମିଳିତ ସହଯୋଗରେ ଚଳିତ ବର୍ଷ ଜିଲ୍ଲାରେ ମୋଟ ୧୧୯ଟି ବାଲ୍ୟ ବିବାହକୁ ରୋକାଯାଇ ପାରିଛି । ସେଥିମଧ୍ୟରୁ ଉମରକୋଟ ବ୍ଲକରେ ସର୍ବାଧିକ ୫୫ଟି , ରାଇଘର ବ୍ଲକରେ ୨୫ଟି, ଚନ୍ଦହାଣ୍ଡି ବ୍ଲକରେ ୩ଟି, ଝରିଗ୍ରାମ ବ୍ଲକରେ ୧୫ଟି, ଡାବୁଗାଁ ବ୍ଲକରେ ୪ଟି, ପାପଡାହାଣ୍ଡି ବ୍ଲକରେ ୫ଟି, କୋଷାଗୁମୁଡା ବ୍ଲକରେ ୩ଟି, ନବରଙ୍ଗପୁର ବ୍ଲକରେ ୩ଟି ,ତେତୁଲିଖୁଣ୍ଟି ବ୍ଲକରେ ୩ଟି ଏବଂ ନନ୍ଦାହାଣ୍ଡି ବ୍ଲକରେ ତିନୋଟି ବାଲ୍ୟ ବିବାହକୁ ବନ୍ଦ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!