ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା) : ଜୁନ୍ ୨୦୨୦ରୁ ଭାରତ-ଚୀନ ମଧ୍ୟରେ ଲାଇନ ଅଫ୍ ଆକ୍ଚୁଆଲ କଣ୍ଟ୍ରୋଲ(ଏଲଏସି)ରେ ଲାଗିରହିଥିବା ବିବାଦର ଏ ପର୍ଯ୍ୟନ୍ତ ସମାଧାନ ହୋଇପାରିନାହିଁ। ଲାଗିରହିଥିବା ବିବାଦର ସମାଧାନ ପାଇଁ ଦୁଇ ଦେଶ ମଧ୍ୟରେ ୯ଥର କମାଣ୍ଡରସ୍ତରୀୟ ବୈଠକ ହୋଇଥିଲେ ମଧ୍ୟ ସମସ୍ୟାର ସମାଧାନ ହୋଇପାରି ନାହିଁ। ଦୁଇ ଦେଶ ଏଲଏସିରୁ ସୈନ୍ୟ ପ୍ରତ୍ୟାହାର ପାଇଁ ରାଜି ନଥିବା ବେଳେ ଏବେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ୍ ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ)କୁ ଯୁଦ୍ଧ ପାଇଁ ପ୍ରସ୍ତୁତ ରହିବାକୁ କହିଛନ୍ତି।





