Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚୀନରେ ଗ୍ୟାସ ପାଇପ ଫାଟିବାରୁ ୧୨ଜଣଙ୍କ ମୃତ୍ୟୁ, ୧୩୮ ଆହତ

by ସଞ୍ଜୟ ସ୍ୱାଇଁ
June 13, 2021
in Nayagarh
ଚୀନରେ ଗ୍ୟାସ ପାଇପ ଫାଟିବାରୁ ୧୨ଜଣଙ୍କ ମୃତ୍ୟୁ, ୧୩୮ ଆହତ
47
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଚୀନରେ ବିସ୍ଫୋରଣ | ଏକ ଗ୍ୟାସ୍ ପାଇପରେ ବିସ୍ଫୋରଣ ଘଟି ୧୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୩୮ଜଣ ଆହତ ହୋଇଛନ୍ତି | ଏନେଇ ରାଜ୍ୟ ଗଣମାଧ୍ୟମ ପକ୍ଷରୁ ସୂଚନା ଦିଆଯାଇଛି | ହୁବେଇ ପ୍ରଦେଶର ଶିୟାନ ସହରରେ ଘଟିଥିବା ଏହି ମର୍ମନ୍ତୁଦ ଦୁର୍ଘଟଣା ପରେ ୧୫୦ ଜଣ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି, ଯେଉଁଥିରେ ୩୭ ଜଣ ଗୁରୁତର ଆହତ ଅଛନ୍ତି। ସୂଚନା ମୁତାବକ, ହୁବେଇ ପ୍ରଦେଶର ଶିୟାନ ସହରରେ ଥିବା ଏକ ଖାଦ୍ୟ ମାର୍କେଟରେ ଏହି ବିସ୍ଫୋରଣ ଘଟିଛି | ବିସ୍ଫୋରଣ ପରେ ଖାଦ୍ୟ ମାର୍କେଟ ଥିବା ବିଲଡିଂଟି ସମ୍ପୂର୍ଣ୍ଣ ଭୁଶୁଡି ପଡିଛି | ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଛି ଯେ, ଲୋକେ ଖାଦ୍ୟ ଜିନିଷ କିଣୁଥିବା ବେଳେ ହଠାତ ବିସ୍ଫୋରଣ ଘଟିଥିଲା | ବିଲଡିଂରେ ଲାଗିଥିବା କାଚ ଫାଟିଯିବା ସହ ଲୋକେ ଏଣେତେଣେ ଦୌଡିବାକୁ ଲାଗିଥିଲେ | ତେବେ ଦୁର୍ଘଟଣା ପରେ ଏଥିରେ ୧୨ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି | ଆହତମାନେ ଜରୁରୀକାଳୀନ ଚିକିତ୍ସାରେ ଥିବାରୁ ଶିଆନ୍ ଡାକ୍ତରଖାନା ସ୍ଥାନୀୟ ବାସିନ୍ଦାଙ୍କୁ ରକ୍ତଦାନ କରିବାକୁ କହିବା ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!