Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିନ୍ମୟୀ ମୃତ୍ୟୁ ରହସ୍ୟ: ଆଜି ଆସିବ ଲାଇ ଡିଟେକ୍ସନ ରିପୋର୍ଟ

by ସଞ୍ଜୟ ସ୍ୱାଇଁ
March 5, 2023
in Crime, State
ଚିନ୍ମୟୀ ମୃତ୍ୟୁ ରହସ୍ୟ: ଆଜି ଆସିବ ଲାଇ ଡିଟେକ୍ସନ ରିପୋର୍ଟ
83
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସମ୍ବଲପୁର ଜିଲ୍ଲା ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ)ର ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତ୍ୟୁକୁ ଏହା ମଧ୍ୟରେ ୪ ଦିନି ବିତିଯାଇଥିବା ବେଳେ ଘଟଣାଟି ଏବେ ବି ରହସ୍ୟ ଘେରରେ ରହିଛି । ପ୍ରଥମେ ଚିନ୍ମୟୀଙ୍କ ମୃତ୍ୟୁକୁ ଆତ୍ମହତ୍ୟା ବୋଲି କୁହାଯାଉଥିଲେ ହେଁ ପରେ ପରିବାର ସଦସ୍ୟ ଆଣିଥିଲେ ବଡ଼ ଅଭିଯୋଗ । ଚିନ୍ମୟୀଙ୍କ ବେକରେ ଦାଗ ରହିଥିବା ବେଳେ ବେକରୁ ଚେନ୍ ଗାଏବ୍ ହୋଇଯାଇଥିଲା । ତେଣୁ ହତ୍ୟା ପଛରେ କିଛି ଯୁବକଙ୍କ ହାତ ଥିବା ପରିବାର ବର୍ଗ ଅଭିଯୋଗ କରିଥିଲେ । ତେବେ ଏହା ମଧ୍ୟରେ ଚିନ୍ମୟୀଙ୍କ ଶବ ବ୍ୟବେଚ୍ଛଦ ରିପୋର୍ଟ ପୋଲିସର ହସ୍ତଗତ ହୋଇସାରିଛି । ଚିନ୍ମୟୀ ପାଣିରେ ବୁଡ଼ି ମୃତ୍ୟୁବରଣ କରିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ତେବେ ଗତକାଲି ଦୁଇ ପୁରୁଷ ବନ୍ଧୁ ପ୍ରତିମାନ ଦେ ଓ ମାନସ ଟୁଡୁଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଥିଲା । ସେଥିପାଇଁ ଦୁହିଁଙ୍କୁ ଭୁବନେଶ୍ୱର ଫରେନସିକ ଲ୍ୟାବରେ ହାଜର କରାଯାଇଥିଲା । ପ୍ରୀତିମାନଙ୍କଠାରୁ ଅନେକ ପ୍ରଶ୍ନର ଉତ୍ତର ଜାଣିବାକୁ ପ୍ରୟାସ କରିଥିଲା ପୋଲିସ । ତେବେ ପୋଲିସ ଚିନ୍ମୟୀଙ୍କ ଭୁବନେଶ୍ୱର ସ୍ଥିତ ବିଜେବି ନଗର ଘରୁ ଲାପଟପ, ହାର୍ଡଡିସ୍କ, ପେନ ଡ୍ରାଇଭ ଓ ଡାଏରୀ ଜବତ କରିଛି । ପ୍ରତିମାନ-ଚିନ୍ମୟୀଙ୍କର ସିଡିଆର ରିପୋର୍ଟ ପୋଲିସକୁ ମିଳିଛି । ଘଟଣା ଦିନ ହୀରାକୁଦ ଷ୍ଟେସନ ସମ୍ମୁଖରେ ଏକ ଢାବାରେ ଉଭୟେ ଖାଉଥିବାର ଏକ ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି । ଏହା ମଧ୍ୟରେ ବୁର୍ଲା ପୋଲିସ ୩୧ ଜଣଙ୍କୁ ପଚରାଉଚରା କରିଛି । ଆଜି ପ୍ରୀତିମାସ ଓ ମାନସଙ୍କ ଲାଇ ଡିଟେକ୍ସନ ରିପୋର୍ଟ ଆସିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!