Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରକାଶ ପାଇଲା ଚଳିତବର୍ଷର ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ, ପାସ୍ ହାର ୬୮.୬୬ ପ୍ରତିଶତ

by ସଞ୍ଜୟ ସ୍ୱାଇଁ
November 20, 2021
in Education, State
ପ୍ରକାଶ ପାଇଲା ଚଳିତବର୍ଷର ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ, ପାସ୍ ହାର ୬୮.୬୬ ପ୍ରତିଶତ
58
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ । ଚଳିତବର୍ଷର ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଫଳ ପ୍ରକାଶ କରାଯାଇଛି । ପରୀକ୍ଷାର୍ଥୀମାନେ www.orissaresults.nic.in ୱେବ୍‌ସାଇଟ୍‌ରୁ ସେମାନଙ୍କ ରେଜଲ୍ଟ ଜାଣିପାରିବେ । ଚଳିତବର୍ଷ ଅଫଲାଇନ୍ ପରୀକ୍ଷାରେ ୬୮.୬୬ ପ୍ରତିଶତ ପାସ୍ ହାର ରହିଛି । ମୋଟ୍ ୮ ହଜାର ୪୬୦ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । କଳାରେ ମୋଟ୍ ପାସ୍ ହାର ୭୦.୬୨, ବାଣିଜ୍ୟରେ ୬୮.୬୧, ବିଜ୍ଞାନରେ ୬୪.୩୯ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫୧.୫୯ ପ୍ରତିଶତ ରହିଛି । କଳାରେ ଛାତ୍ରୀଙ୍କ ପାସ୍ ହାର ଛାତ୍ରଙ୍କ ତୁଳନାରେ ସର୍ବାଧିକ ରହିଛି । ଛାତ୍ରୀଙ୍କ ପାସ୍ ହାର ୬୮.୫୨ ପ୍ରତିଶତ ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ୬୨.୯୦ ପ୍ରତିଶତ ରହିଛି । ବିଜ୍ଞାନରେ ଛାତ୍ରୀଙ୍କ ପାସ୍‌ ହାର ୬୭.୭୩ ପ୍ରତିଶତ ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ୬୨.୪୪ ପ୍ରତିଶତ ରହିଛି । ବାଣିଜ୍ୟରେ ଛାତ୍ରଙ୍କ ପାସ୍ ହାର ୬୮.୫୭ ପ୍ରତିଶତ ରହିଥିବା ବେଳେ ଛାତ୍ରୀଙ୍କ ପାସ୍ ହାର ୬୬ ପ୍ରତିଶତ ରହିଛି । ସେହିଭଳି ଧନ୍ଦାମୂଳକ ଶିକ୍ଷାରେ ଛାତ୍ରୀଙ୍କ ପାସ୍ ହାର ୫୨.୮୪ ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ୫୦.୭୫ ରହିଛି । ଯୁକ୍ତ ଦୁଇ ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଅକ୍ଟୋବରରେ ଅଫ୍‌ଲାଇନ୍ ପରୀକ୍ଷା କରାଯାଇଥିଲା । ଯେଉଁଥିରେ ଅଂଶଗ୍ରହଣ ପାଇଁ ୧୩ ହଜାର ୪୩ ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିବା ବେଳେ ୧୨ ହଜାରରୁ ଅଧିକ ପିଲା ପରୀକ୍ଷା ଦେଇଥିଲେ । କଳାରେ ସର୍ବାଧିକ ୮୯୯୧ ପରୀକ୍ଷାର୍ଥୀ ରହିଥିବା ବେଳେ ବିଜ୍ଞାନରେ ୨୩୩୧, ବାଣିଜ୍ୟରେ ୬୧୭ ଓ ଧନ୍ଦାମୂଳକ ଶିକ୍ଷା ବିଭାଗରେ ୬୧୭ ଜଣ ପରୀକ୍ଷା ଦେଇଥିଲେ । ଅକ୍ଟୋବର ୧୧ ରେ ପରୀକ୍ଷା ଶେଷ ହୋଇଥିଲେ ମଧ୍ୟ ଖାତା ମୂଲ୍ୟାୟନରେ ବିଳମ୍ବ ହୋଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!