କୁଚିଣ୍ଡା, (ବାଘୁଆବାର୍ତ୍ତା): ସମ୍ବଲପୁର ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତକୁ ମୃତ୍ୟୁ ଦଣ୍ଡାଦେଶ । ସହଯୋଗୀକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ସୂଚନାଯୋଗ୍ୟ ଯେ, ଗତ ୨୦୨୦ ମସିହା ଅକ୍ଟୋବର ମାସ ୨୧ ତାରିଖରେ ସମ୍ବଲପୁର ଜିଲ୍ଲା ମହୁଲପାଲି ଥାନା ଲପଡା ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଲପଡା ଗ୍ରାମର ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା କରାଯାଇଥିଲା । ପରିବାରର ଗିରିଧାରୀ ସାହୁ, ସ୍ତ୍ରୀ ସାବିତ୍ରୀ ସାହୁ ଓ ଶାଶୁ ପିରୋବତୀ ବେହେରାଙ୍କୁ ପଡୋଶୀ ନବୀନ ଦେହୁରୀ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ । ଅଭିଯୁକ୍ତର ପୁଅ ହେମାନନ୍ଦ ଦେହୁରୀ ହତ୍ୟାକାଣ୍ଡରେ ବାପାଙ୍କୁ ସହଯୋଗ କରିଥିଲା । ବୁଧବାର ସେହି ଲୋମହର୍ଷଣକାରୀ ଘଟଣାର ଶୁଣାଣି ହୋଇଛି । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଅଭିଯୁକ୍ତକୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ଏହାସହ ୧ ଲକ୍ଷ ଟଙ୍କା ଜରିମାନା ଓ ସହଯୋଗୀ ପୁଅକୁ ଆଜୀବନ କାରାଦଣ୍ଡାଦେଶ ସହ ୧ ଲକ୍ଷ ଟଙ୍କା ଜରିମାନା ଦଣ୍ଡାଦେଶ ଶୁଣାଇଛନ୍ତି ।





