Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩ ଦିନରେ ତାପମାତ୍ରା ବଢ଼ିପାରେ ୩ ଡିଗ୍ରୀ, ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ

by ସଞ୍ଜୟ ସ୍ୱାଇଁ
May 14, 2025
in State
୩ ଦିନରେ ତାପମାତ୍ରା ବଢ଼ିପାରେ ୩ ଡିଗ୍ରୀ, ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ
74
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦିନରେ ତତାଇବ । କଲବଲ କରିବ । ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତି ଅନୁଭୂତ ହେବ । ଆସନ୍ତା ତିନି ଦିନରେ ଅନେକ ସ୍ଥାନର ତାପମାତ୍ରା ପ୍ରାୟ ୩ ଡିଗ୍ରୀ ବଢ଼ିଯିବ । ଦିନବେଳା ଗରମ ଓ ଗୁଳୁଗୁଳି ନାକେଦମ କରିବ । କିନ୍ତୁ ସନ୍ଧ୍ୟାରେ ମାଡ଼ି ଆସିବ କାଳବୈଶାଖୀ । ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବ । ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ବି ଡରାଇବ କାଳବୈଶାଖୀ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଆକଳନ କହୁଛି, ବୁଧବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ଟିଟିଲାଗଡ଼, ସୋନପୁର, ବୌଦ୍ଧ ଓ ସମ୍ବଲପୁରରେ ଦିନ ତାପମାତ୍ରା ୪୩ ଡିଗ୍ରୀ ଛୁଇଁପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼,ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ରହିବ । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାତି ୪୦ ଡିଗ୍ରୀ ବା ଏହାଠାରୁ ଅଧିକ ରହିବ । ଆଗାମୀ ତିନି ଦିନ ଯାଏ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସେହିଭଳି ବୁଧବାର ସନ୍ଧ୍ୟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ପବନର ଝଟ୍କା ୪୦ରୁ ୫୦ କିମି ଛୁଇଁପାରେ । ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି ଓ କଟକରେ ମଧ୍ୟ ଅପରାହ୍ନ ବା ସନ୍ଧ୍ୟା ବେଳକୁ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଗୁରୁବାର (୧୫ ତାରିଖ) ମଧ୍ୟ ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି ହେବ । ଉପକୂଳ ଓଡ଼ିଶାରେ ଗରମ ଓ ଗୁଳୁଗୁଳି ଜାରି ରହିବ । ସନ୍ଧ୍ୟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ପବନର ଝଟ୍କା ୪୦ରୁ ୫୦ କିମି ବେଗ ଛୁଇଁପାରେ । ଶୁକ୍ରବାର ଓ ଶନିବାର ମଧ୍ୟ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ଦକ୍ଷିଣ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୮ ଓ ୧୯ ତାରିଖରେ ମଧ୍ୟ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି । ସନ୍ଧ୍ୟାରେ ବର୍ଷା ସମ୍ଭାବନା ଥିବାରୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ । ମଙ୍ଗଳବାର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ଦକ୍ଷିଣ ବଙ୍ଗାପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦୀପ ଓ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଆଗାମୀ ୩ରୁ ୪ ଦିନ ଭିତରେ ଦକ୍ଷିଣ ଆରବ ସାଗରର କିଛି ଅଂଶ, ମାଳଦ୍ୱୀପ ଓ କୋମାରିନ୍ ଅଞ୍ଚଳ, ଦକ୍ଷିଣ ବଙ୍ଗୋପସାଗରର କିଛି ଅଂଶ, ପୂରା ଆଣ୍ଡାମାନ ଓ ନିକୋବର ଦୀପପୁଞ୍ଜ, ଆଣ୍ଡାମାନ ସାଗରର ଅବଶିଷ୍ଟ ଅଂଶ, କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଂଶକୁ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି । ଆଣ୍ଡାମାନ ସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୧୬ରୁ ୧୮ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୨୩ରୁ ୨୮ ତାରିଖ ଭିତରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ ବୋଲି ବାଂଲାଦେଶର ଜଣେ ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି । କିନ୍ତୁ ଭାରତୀୟ ପାଣିପାଗ ବିଭାଗ ଏ ନେଇ କୌଣସି ଆକଳନ କରିନି । ଆଇଏମ୍ଡିର ଜଣେ ପାଣିପାଗ ବିଜ୍ଞାନୀ କହିଛନ୍ତି, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହ ଶକ୍ତିଶାଳୀ ରହିଛି । ଏହା କେରଳରେ ସ୍ୱାଭାବିକ ସମୟଠାରୁ ୨ ଦିନ ଆଗୁଆ ପହଞ୍ଚିପାରେ । ମୌସୁମୀ ବାୟୁ ଶକ୍ତିଶାଳୀ ଥିବାରୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେଲେ ବି ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା କମ୍ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!