Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଦ୍ରକରେ ଶାନ୍ତି ପୂର୍ଣ୍ଣ ଭାବେ ଭାରତ ବନ୍ଦ ପାଳନ ।

by ସଞ୍ଜୟ ସ୍ୱାଇଁ
September 27, 2021
in State
ଭଦ୍ରକରେ ଶାନ୍ତି ପୂର୍ଣ୍ଣ ଭାବେ ଭାରତ ବନ୍ଦ ପାଳନ ।
37
VIEWS
Share on FacebookShare on Twitter

ଭଦ୍ରକ (ବାଘୁଆବାର୍ତ୍ତା): କୃଷି ଆଇନ ଓ ବିଦ୍ୟୁତ ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହି କ୍ରମରେ ଭଦ୍ରକରେ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ବନ୍ଦ ପାଳନ କରାଯାଉଛି । ଯାହାର ପ୍ରଭାବ ଜିଲ୍ଲାରେ ପରିଲକ୍ଷିତ ହୋଇଛି । ଜିଲ୍ଲାର ବିଭିନ୍ନ କୃଷକ ଓ ଶ୍ରମିକ ସଂଗଠନ ବିଭିନ୍ନ ସ୍ଥାନରେ ବନ୍ଦ ପାଳନ କରୁଛନ୍ତି । ସହରର ବନ୍ତ ଛକଠାରେ କର୍ମୀ ମାନେ ପିକେଟିଂ କରିବା ସହ ୧୬ ନମ୍ବର ଜାତୀୟ ରାଜପଥର ଓଭର ବ୍ରିଜ ନିକଟରେ ରାଜପଥ ଅବରୋଧ କରି ଗାଡି ଚଳାଚଳକୁ ବନ୍ଦ କରିଛନ୍ତି । ଅତ୍ୟାବଶ୍ୟକ ସେବା ଛାଡ଼ି ସହର ଭିତରେ ସମସ୍ତ ଦୋକନା ବଜାର ବନ୍ଦ ରହିଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୂତୟନ ହୋଇଛନ୍ତି କେନ୍ଦ୍ର ସରକାରଙ୍କ ଦ୍ଵାରା ପାରିତ କୃଷି ଆଇନକୁ ବିରୋଧରେ ନାରାବାଜି କରିଛନ୍ତି । ୩ ଗୋଟି କୃଷି ଆଇନକୁ ବିରୋଧ କରିବା ସହ ବିଦ୍ୟୁତ ଆଇନକୁ ପ୍ରତ୍ୟାହାର କରିବା ପାଇଁ ଦାବି କରିଛନ୍ତି କୃଷକ ସଂଗଠନ । ସୂଚନା,ଚାଷୀ ଓ ସାଧାରଣ ଜନତାଙ୍କ ପାଇଁ ଦୀର୍ଘ ୧୦ ମାସ ଧରି କେନ୍ଦ୍ର ଦ୍ବାରା ପାରିତ କୃଷି ଓ ବିଦ୍ୟୁତ୍ ଆଇନ ପ୍ରତ୍ୟାହାର କରାଯାଉ ବୋଲି ସଂଯୁକ୍ତ କୃଷକ ମୋର୍ଚ୍ଚା ଦାବି କରୁଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!